www.samajalive.in
Saturday, December 6, 2025
14.1 C
Bhubaneswar

ମର୍ମନ୍ତୁଦ ଦୁର୍ଘଟଣା ; ୫ ଶ୍ରଦ୍ଧାଳୁ ମୃତ

ଫରୀଦକୋଟ : ପଞ୍ଜାବ ସ୍ଥିତ କୋଟକପୁରା ନିକଟ ଗାଁ ପଞ୍ଜଗରାଇ ନିକଟରେ ଗୁରୁବାର ବିଳମ୍ବିତ ରାତି ପ୍ରାୟ ୨ଟାରେ ଏକ ଟାଟା ଏସି ଓ ଟ୍ରକ ମଧ୍ୟରେ ଧକ୍କା ହୋଇ ୫ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨ ମହିଳା ରହିଛନ୍ତି। ଏହାସହ ୮ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସମସ୍ତ ଯାତ୍ରୀ ଏକ ଧାର୍ମିକ ସମାବେଶରେ ଯୋଗ ଦେଇ ଫେରୁଥିଲେ। ରାସ୍ତାରେ ସାମ୍ନା ପଟୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ଶ୍ରଦ୍ଧାଳୁ ଯାଉଥିବା ଏହି ଟାଟା ଏସି ଗାଡିକୁ ଧକ୍କା ଦେଇଥିଲା। ଫଳରେ ଏହି ଦୁର୍ଘଟଣା ଘଟିଛି। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଜାରି ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories