www.samajalive.in
Sunday, December 7, 2025
26.1 C
Bhubaneswar

ପଞ୍ଜାବ- ବଜାର ମଝିରେ ପତ୍ନୀକୁ ହାଣି ହତ୍ୟା କଲା ପତି, ଢେଲାମାଡ କଲେ ଲୋକ: ଭିଡିଓ

ଚଣ୍ଡୀଗଡ- ପଞ୍ଜାବର ସାଙ୍ଗୁର ଜିଲ୍ଲାରେ ପତ୍ନୀକୁ ବଜାର ମଧ୍ୟରେ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କଲା ପତି । ପତି ଓ ପତ୍ନୀ ମଧ୍ୟରେ ଆଗରୁ ବିବାଦ ଥିଲା । ଦୁଇ ଜଣ ବିବାହ ବିଚ୍ଛେଦ ପାଇଁ ଆବେଦନ କରିଥିଲେ । ବଜାରରେ ପତ୍ନୀକୁ ଦେଖି ଏକ ଧାରୁଆ ଅସ୍ତ୍ରରେ ହତ୍ୟାକାରୀ ପତି ଆକ୍ରମଣ କରିଥିଲା । ଘଟଣାସ୍ଥଳରେ ମହିଳାଙ୍କର ମୃତ୍ୟୁ ହୋଇଥିଲା ।

- Advertisement -

ଏହା ଦେଖି ସେଠାରେ ଥିବା ଲୋକମାନେ ପତିକୁ ଢେଲା ସହ ପାଣି ବାଲ୍ଟି ମାଡ କରିଥିଲେ । ଏଥିରେ ଉତ୍ୟକ୍ତ ହୋଇ ହତ୍ୟାକାରୀ ସେମାନଙ୍କୁ ଆକ୍ରମଣ କରିବାକୁ ଗୋଡାଇଥିଲା ।

ପରେ ସେ ବିଷ ପିଇ ଆତ୍ମହତ୍ୟା କରିବା ପାଇଁ ଉଦ୍ୟମ କରିଥିଲା । ପୁଲିସ ଘଟଣାସ୍ଥଳରେ ପହଞ୍ଚି ହତ୍ୟାକାରୀକୁ ଉଦ୍ଧାର କରିବା ସହ ଡାକ୍ତରଖାନାରେ ଭର୍ତ୍ତି କରିଥିଲା । ସେଠାରେ ସେ ସୁସ୍ଥ ଥିବା ସୂଚନା ମିଳିଛି ।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories