www.samajalive.in
Saturday, December 13, 2025
26.1 C
Bhubaneswar

ପୁଞ୍ଜିଲାଲଙ୍କୁ ମିଳିଲା ଅନ୍ତରୀଣ ସର୍ତ୍ତମୂଳକ ଜାମିନ

ବଲାଙ୍ଗୀର : ବଲାଙ୍ଗୀର ଜିଲା ପାଟଣାଗଡ଼ର ବହୁ ଚର୍ଚ୍ଚିତ ପାର୍ସଲ ବୋମା ବିସ୍ଫୋରଣ ଘଟଣାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ବୁଧବାର ହାଇକୋର୍ଟ ଅନ୍ତରୀଣ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ମା’ଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ପାଇଁ ତାଙ୍କୁ ହାଇକୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଥିବା ଜଣାପଡ଼ିଛି। ଏହାସହିତ ପୁଞ୍ଜିଲାଲଙ୍କୁ ୨୪ତାରିଖରେ ଯାଇ ୨୮ତାରିଖ ଦିନ ୧୧ଟା ସୁଦ୍ଧା ଆସି ହାଜର ହେବା ପାଇଁ କୋର୍ଟ ନିର୍ଦେଶ ଦେଇଛନ୍ତି। କୋର୍ଟ ପୁଞ୍ଜିଲାଲଙ୍କୁ ଅନ୍ତରୀଣ ଜାମିନ ଦେବାସହ ଅନେକ କଡା ସର୍ତ୍ତ ରଖିଛନ୍ତି। ଜାମିନ ଅବଧି ମଧ୍ୟରେ ଗଣମାଧ୍ୟମକୁ ନଭେଟିବାକୁ କୋର୍ଟ କଡ଼ା ନିର୍ଦେଶ ଦେବାସହ ବାହାରକୁ ଗଲେ ସ୍ଥାନୀୟ ଥାନାଧିକାରୀଙ୍କୁ ଜଣାଇବା ପାଇଁ ନିର୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ପୁଞ୍ଜିଲାଲଙ୍କ ଉପରେ କଡ଼ା ନଜର ରଖିବା ପାଇଁ ଥାନାଧିକାରୀଙ୍କୁ କୋର୍ଟ ନିର୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ୨୦୧୮ ଫେବୃଆରୀ ୨୩ ତାରିଖରେ ପାଟଣାଗଡ଼ରେ ପାର୍ସଲ ବୋମା ବିସ୍ଫୋରଣ ଘଟିଥିଲା। ଏଥିରେ ନବବାହିତ ସୌମ୍ୟଶେଖର ଏବଂ ତାଙ୍କର ଜଣେ ସମ୍ପର୍କୀୟ ଜେଜେମାଙ୍କ ମୃତ୍ୟୁ ଘଟିଥିଲା। କିନ୍ତୁ ସୌମ୍ୟଶେଖରଙ୍କ ସ୍ତ୍ରୀ ରିମା ଅଳ୍ପକେ ବର୍ତ୍ତିଯାଇଥିଲେ। ଏହି ଘଟଣାର ମାଷ୍ଟରମାଇଣ୍ଡ ଥିଲେ ଅଧ୍ୟାପକ ପୁଞ୍ଜିଲାଲ ମେହେର। ସୌମ୍ୟଶେଖର ମା’ଙ୍କ ସହ ତାଙ୍କର ପୂର୍ବ ଶତ୍ରୁତା ଥିବା କାରଣରୁ ପୁଞ୍ଜିଲାଲ ଏଭଳି କାଣ୍ଡ ଘଟାଇଥିଲେ। କିଛି ଦିନ ପୂର୍ବରୁ ପୁଞ୍ଜିଲାଲ ଜେଲରୁ ଫେରାର ହେବା ପାଇଁ ଉଦ୍ୟମ କରିଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

Related Articles

Popular Categories