www.samajalive.in
Monday, December 15, 2025
14.1 C
Bhubaneswar

ଭକ୍ତଙ୍କ ସୁରକ୍ଷା ସରକାରଙ୍କ ଦାୟିତ୍ବ: ମୁଖ୍ୟମନ୍ତ୍ରୀ

ପୁରୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଗସ୍ତରେ ଆସି ରଥଯାତ୍ରା ପ୍ରସ୍ତୁତି ଚୂଡ଼ାନ୍ତ ସମୀକ୍ଷା ବୈଠକରେ ଯୋଗ ଦେଇଛନ୍ତି। ବୈଠକରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଭକ୍ତଙ୍କ ସୁରକ୍ଷା ସରକାରଙ୍କ ଦାୟିତ୍ବ। ରଥଯାତ୍ରା ଯେପରି ଶୃଙ୍ଖଳିତ ଭାବରେ ସମ୍ପନ୍ନ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ସେବକଙ୍କ ସହଯୋଗ ଲୋଡିଛନ୍ତି। ବୈଠକରେ ରଥ ନିର୍ମାଣ, ରାସ୍ତା ମରାମତି, ନାଳନର୍ଦ୍ଦମା ସଫେଇ,  ପାନୀୟ ଜଳ ଯୋଗାଣ, ବିଦ୍ୟୁତ୍, ପରିବହନ, ସ୍ବାସ୍ଥ୍ୟ ଓ ଚିକିତ୍ସା ସୁବିଧା ଉପରେ ଗୁରୁତ୍ବ ଦିଆଯାଇଛି। ରାଜସ୍ବ ମନ୍ତ୍ରୀ ମହେଶ୍ବର ମହାନ୍ତି, ଆଇନମନ୍ତ୍ରୀ ପ୍ରତାପ ଜେନା, ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ, ପୁଲିସ ମହାନିର୍ଦେଶକ ଡ.ରାଜେନ୍ଦ୍ର ଶର୍ମା, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର, ଜିଲାପାଳ ଅରବିନ୍ଦ ଅଗ୍ରୱାଲ, ଆରକ୍ଷୀ ଅଧୀକ୍ଷକ ଡ.ଶାଶ୍ବତ କୁମାର ଷଡ଼ଙ୍ଗୀ ଉପସ୍ଥିତ ଥିଲେ।

ଶ୍ରୀମନ୍ଦିରରେ ଲାଗି ରହିଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିବାକୁ ଶ୍ରୀମନ୍ଦିର ସେବକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।

- Advertisement -

ମୁଖ୍ୟମନ୍ତ୍ରୀଙ୍କ ଗାଡ଼ି ଉପରକୁ ଟମାଟୋ ମାଡ଼ ଅଭିଯୋଗ

ରଥଯାତ୍ରା ସମୀକ୍ଷା ବୈଠକ​‌ରେ ଯୋଗ ଦେବାକୁ ଯିବା ସମୟରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗାଡି ଉପରକୁ ଟମାଟୋ ମାଡ଼ ହୋଇଥିବା ଅଭିଯୋଗ ହୋଇଛି। ପୁରୀ ଚକ୍ରତୀର୍ଥ ରାସ୍ତା ନିକଟରେ କଂଗ୍ରେସ କର୍ମୀମାନେ କଳା ପତାକା ପ୍ରଦର୍ଶନ କରିଥିଲେ। ସ୍ବାଧୀନ କୁମାର ପଣ୍ଡା ନାମକ ଜଣେ କଂଗ୍ରେସ କର୍ମୀ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ମାଡି ଆସୁଥିବା ବେଳେ ପୁଲିସ ତାଙ୍କୁ କାବୁ କରିଥିଲା। ଏହି ଘଟଣାରେ ପୁଲିସ ୪ ବିକ୍ଷୋଭକାରୀଙ୍କୁ ଥାନାରେ ଅଟକ ରଖିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories