www.samajalive.in
Saturday, December 6, 2025
17.1 C
Bhubaneswar

ଶ୍ରୀମନ୍ଦିର ନୀତି ଶୃଙ୍ଖଳିତ ପାଇଁ ଚିଠି

ପୁରୀ : ଶ୍ରୀମନ୍ଦିର ନୀତିକାନ୍ତି ଶୃଙ୍ଖଳିତ କରିବା ପାଇଁ ସମସ୍ତ ନିଯୋଗର ସଭାପତି ଓ ସମ୍ପାଦକମାନଙ୍କୁ ଶ୍ରୀମନ୍ଦିର ପ୍ରଶାସନ ଚିଠି ଲେଖିଛନ୍ତି। ଏଥିସହ ନୀତି ସବ କମିଟି ଓ ପରିଚାଳନା କମିଟିର ଅନୁମୋଦନ କ୍ରମେ ପ୍ରସ୍ତୁତ ନୀତି ନିର୍ଘଣ୍ଟ ପଠାଯାଇଛି। ଶ୍ରୀଜିଉଙ୍କ ଦୈନନ୍ଦିନ ନୀତି ନିର୍ଦ୍ଧାରିତ ସମୟରେ କରିବା ପାଇଁ ସମସ୍ତ ପାଳିଆ ସେବକମାନଙ୍କୁ ନିର୍ଦ୍ଦେଶ ଦେବାକୁ ଚିଠିରେ ଉଲ୍ଲେଖ ରହିଛି। କୌଣସି ପରିସ୍ଥିତିରେ ନୀତି ଯେପରି ବିଳମ୍ବ ନ ହେବ ସେଥିପ୍ରତି ଧ୍ୟାନ ଦେବା ସହ ଜାଣିଶୁଣି ନୀତିରେ ବିଳମ୍ବ ଘଟାଇଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ଚିଠିରେ ଉଲ୍ଲେଖ ରହିଛି।
ସୂଚନା ଅନୁଯାୟୀ, ଡ଼ିସେମ୍ବର ୨୮ରେ ମହାପ୍ରଭୁଙ୍କ ନୀତିକାନ୍ତିରେ ଅହେତୁକ ବିଳମ୍ବ ହୋଇଥିଲା। ହଜାର ହଜାର ଶ୍ରଦ୍ଧାକୁ ସିଂହଦ୍ୱାର ସମ୍ମୁଖରେ ଘଣ୍ଟାଘଣ୍ଟା ଧରି ଅପେକ୍ଷା କରି ରହିଥିଲେ। ଏହାକୁ ନେଇ ଭକ୍ତମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories