www.samajalive.in
Tuesday, December 9, 2025
16.1 C
Bhubaneswar

ସଂକୀର୍ତ୍ତନ ଦଳ ଉପରକୁ ମାଡ଼ିଗଲା କାର୍: ଜଣେ ମୃତ, ୩ ଗୁରୁତର

ପୁରୀ: ପୁରୀ ବ୍ରହ୍ମଗିରି ରେବଣା ନୂଆଗାଁ ଗ୍ରାମ ଦାଣ୍ଡରେ ଆଜି ସଙ୍କୀର୍ତ୍ତନ ଚାଲିଥିବା ବେଳେ ଏକ ଦ୍ରୁତଗାମୀ କାର୍ ମାଡି ଯିବାରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ନାମ ଜଗନ୍ନାଥ ସାହୁ ବୋଲି ଜଣାପଡିଛି।

ସୂଚନା ଅନୁଯାୟୀ, ଆଜି ମକର ସଂକ୍ରାନ୍ତି ଉପଲକ୍ଷେ ପୁରୀ ଜିଲ୍ଲା ବ୍ରହ୍ମଗିରି ରେବଣା ନୂଆଗାଁ ଗ୍ରାମ ଦାଣ୍ଡରେ ସେହି ଗ୍ରାମର କେତେଜଣ ସଂକୀର୍ତ୍ତନ କରି ଯାଉଥିବା ବେଳେ ହଠାତ ଏକ ଦ୍ରୁତଗାମୀ କାର୍ ମାଡି ଯାଇଥିଲା। କେହି କିଛି ବୁଝିବା ପୂର୍ବରୁ ସେହି ଗ୍ରାମର ଜଗନ୍ନାଥ ସାହୁଙ୍କର ମୃତ୍ୟୁ ଘଟିଥିଲା। ତାଙ୍କ ଛାତି ଓ ଗୋଡ ଉପରେ କାର୍ ଚଢି ଯାଇଥିବା ଜଣାପଡିଛି। ଏହି ଦୁର୍ଘଟଣାରେ ଅନ୍ୟ ୩ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ସେମାନଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କାର୍ ଚାଳକଙ୍କୁ ଧରି ଗ୍ରାମବାସୀ ପୁଲିସ ଜିମା ଦେଇଛନ୍ତି। ଏହି ଘଟଣା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଉତ୍ୟକ୍ତ ଲୋକେ ଦୁର୍ଘଟଣା ଘଟାଇ ଥିବା କାର୍ ଭଙ୍ଗାରୁଜା କରିଥିବା ସୂଚନା ମିଳିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories