ପୁରୀ : ଶ୍ରାବଣ ମାସ କୃଷ୍ଣ ପକ୍ଷ ସପ୍ତମୀ ତିଥିରେ ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ଟା ୩୦ରୁ ରାତି ୧୧ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ପରମ୍ପରା ଅନୁଯାୟୀ, ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଇଥାଏ।
Popular Categories



