www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ଶ୍ରୀଜିଉଙ୍କ ବନକଲାଗି: ସାଢେ ୩ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଦ୍ଵିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ସନ୍ଧ୍ୟା ୭ଟାରୁ ସାଢେ ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପରମ୍ପରା ଅନୁଯାୟୀ ଦତ୍ତ ମହାପାତ୍ର ସେବକ ମାନେ ବିଭିନ୍ନ ପ୍ରାକୃତିକ ରଙ୍ଗରେ ଶ୍ରୀଜିଉଙ୍କ ଶ୍ରୀମୁଖ ସିଂହାର କରିବେ। ଦ୍ଵିତୀୟ ଭୋଗ ମଣ୍ଡପ ନୀତି ଶେଷ ହେବା ପରେ ଭିତରୁ ଜୟ ବିଜୟ ଦ୍ଵାର ବନ୍ଦ କରାଯିବ। ଠାକୁରଙ୍କୁ ମଇଲମ କରାଯିବା ସହ ପହୁଡ ଆଳତି କରାଯିବ। ବନକଲାଗି ନୀତି ସରିବା ପରେ ଶ୍ରୀଜିଉଙ୍କୁ ମହାସ୍ନାନ, ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ଚନ୍ଦନ ଲାଗି , ବଡ ସିଂହାର ବେଶ , ବଡ ସିଂହାର ଭୋଗ ଏବଂ ରାତ୍ର ପହୁଡ କରାଯିବ। ବନକ ଲାଗି ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସାଧାରଣ ଲୋକ ଏହି ସମୟରେ ଦର୍ଶନରୁ ବଞ୍ଚିତ ରହିବେ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories