www.samajalive.in
Saturday, December 6, 2025
15.1 C
Bhubaneswar

ଆଜି ଶ୍ରୀଜିଉଙ୍କ ବନକଲାଗି: ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ : କାର୍ତ୍ତିକ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥିରେ ଆଜି (ବୁଧବାର) ଶ୍ରୀଜଗନ୍ନାଥ ମନ୍ଦିର ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ପ୍ରାୟ ୫ଟା ଠାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଏହି ସମୟରେ ଭକ୍ତମାନେ ଶ୍ରୀମନ୍ଦିର ଭିତରକୁ ଯାଇ ପାରିବେ। ପାର୍ଶ୍ବ ଦେବଦେବୀଙ୍କୁ ଦର୍ଶନ କରିବା ସହ ଆନନ୍ଦ ବଜାରରୁ ମହାପ୍ରସାଦ କିଣି ପାରିବେ। ପରମ୍ପରା ଅନୁଯାୟୀ ଶ୍ରୀଜୀଉଙ୍କ ଦ୍ବିତୀୟ ଭୋଗ ମଣ୍ଡପ ନୀତି ଶେଷ ହେବାପରେ ଭିତରୁ ଜୟ ବିଜୟଦ୍ବାର ବନ୍ଦ କରାଯିବ। ଦତ୍ତମହାପାତ୍ର ସେବକମାନେ ବିଭିନ୍ନ ପ୍ରାକୃତିକ ରଙ୍ଗସହ ଭିତରେ ପ୍ରବେଶ କରିବେ। ମହାପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ଶ୍ରୀମୁଖ ସିଂହାର (ବନକଲାଗି) କରିବେ। ଏହା ଗୁପ୍ତନୀତି ହୋଇଥିବାରୁ ଦର୍ଶନ ବନ୍ଦ ରହିବ ବୋଲି ପ୍ରଶାସନ କହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories