www.samajalive.in
Friday, December 5, 2025
23.1 C
Bhubaneswar

ଆଜି ବନକଲାଗି, ୬ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଆଜି ବୈଶାଖ କୃଷ୍ଣପକ୍ଷ ଅମାବାସ୍ୟା ତିଥି। ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନ ସିଂହାସନରେ ଶ୍ରୀଜିଉଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏହାଛଡା ଅନବସର ପିଣ୍ଡିରେ ଶ୍ରୀଜିଉଙ୍କର ଆଗାମୀ ଅନବସର ନୀତି ପାଇଁ ପ୍ରସ୍ତୁତି କରାଯିବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସନ୍ଧ୍ୟା ପ୍ରାୟ ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ମହାପ୍ରଭୂଙ୍କର ଦର୍ଶନ ବନ୍ଦ ରହିବ। ପରମ୍ପରା ଅନୁଯାୟୀ ମହାପ୍ରଭୁଙ୍କର ଦ୍ଵିତୀୟ ଭୋଗ ମଣ୍ଡପ ନୀତି ଶେଷ ହେବା ପରେ ଭିତରୁ ଜୟ ବିଜୟ ଦ୍ଵାର ବନ୍ଦ କରାଯିବ।  ପ୍ରଭୁ ଶ୍ରୀ ବଳଭଦ୍ର, ଶ୍ରୀଜଗନ୍ନାଥ , ଦେବୀ ସୁଭଦ୍ରା ଏବଂ ସୁଦର୍ଶନଙ୍କ ଶ୍ରୀମୁଖ ସିଂହାର ପାଇଁ ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଦତ୍ତ ମହାପାତ୍ର ସେବକ ଭିତରେ ପ୍ରବେଶ କରିବେ। ଅନ୍ୟ ସେବକଙ୍କ ଦ୍ଵାରା ଅନବସର ପ୍ରସ୍ତୁତି କରାଯିବ। ଏହି ସମୟରେ କୌଣସି ଭକ୍ତଙ୍କୁ ଭିତରକୁ ଛଡାଯିବନାହିଁ। ବନକଲାଗି ସରିବା ପରେ ଦାରୁବ୍ରହ୍ମଙ୍କୁ ମହାସ୍ନାନ, ବେଶ, ସନ୍ଧ୍ୟା ଆଳତୀ , ସନ୍ଧ୍ୟାଧୂପ, ଚନ୍ଦନ ଲାଗି, ବଡ ସିଂହାର ବେଶ , ବଡ ସିଂହାର ଭୋଗ ଏବଂ ରାତ୍ର ପହୁଡ କରାଯିବ।

Hot this week

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

Related Articles

Popular Categories