www.samajalive.in
Wednesday, December 10, 2025
16.1 C
Bhubaneswar

ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି: ଶ୍ରୀମନ୍ଦିରରେ ପ୍ରଚଳନ ହେବ ନୂଆ ପଞ୍ଜିକା

ପୁରୀ: ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି ତଥା ଓଡିଆ ନବବର୍ଷ। ଓଡିଆ ପରମ୍ପରା ଅନୁଯାୟୀ ଆଜିଠାରୁ ନୂତନ ବର୍ଷ ଆରମ୍ଭ ହେବ। ଆଜି ଠାରୁ ଶ୍ରୀମନ୍ଦିର ପ୍ରଚଳନ ହେବ ନୂଆ ପାଞ୍ଜି। ଦୋଳ ପୂର୍ଣ୍ଣିମାରେ ଦୋଳ ଗୋବିନ୍ଦଙ୍କ ନିକଟରେ ସମର୍ପଣ ହୋଇଥିବା ପାଞ୍ଜିକୁ ଶ୍ରୀମନ୍ଦିରରେ ପ୍ରଚଳନ କରାଯିବ। ଏଥିସହ ମହାବୀର ଜୟନ୍ତୀ ପାଇଁ ଶ୍ରୀମନ୍ଦିରରେ ସ୍ଵତନ୍ତ୍ର ନୀତି ରହିଛି। ଆଜି ମହାପ୍ରଭୁ ଙ୍କ ସକାଳ ଧୂପ ନୀତି ସରିବା ପରେ ଦକ୍ଷିଣ ଘରୁ ଶ୍ରୀ ହନୁମାନଙ୍କୁ ରତ୍ନ ସିଂହାସନକୁ ଅଣାଯାଇ ଆଜ୍ଞାମାଳ ପ୍ରଦାନ କରାଯିବ। ଏହା ପରେ ବିମାନରେ ଶ୍ରୀ ହନୁମାନଙ୍କୁ ଜଗନ୍ନାଥ ବଲ୍ଲଭ ନିଆଯାଇ ଆଳତୀ ବନ୍ଦାପନା କରାଯିବ। ସେପଟେ ଶ୍ରୀକ୍ଷେତ୍ରର ଜାଗା ଆଖଡାରେ ପରମ୍ପରାକୁ ରକ୍ଷା କରିବା ପାଇଁ ମହାବୀରଙ୍କ ଜନ୍ମନୀତି ପୂଜାର୍ଚ୍ଚନା ପରେ ପଣା ଏବଂ ଛତୁଆ ଭୋଗ କରାଯିବ। ଆଜିର ପବିତ୍ର ଦିନକୁ ନେଇ ପ୍ରତି ଓଡିଆ ଘର ଚଳଚଞ୍ଚଳ ହୋଇପଡିଛି। ଶ୍ରୀମନ୍ଦିରରେ ପ୍ରବଳ ଭକ୍ତଙ୍କ ଭିଡ ପରିଲକ୍ଷିତ ହୋଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories