www.samajalive.in
Monday, December 8, 2025
14.1 C
Bhubaneswar

ବିନା ଭକ୍ତରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଆରମ୍ଭ

ପୁରୀ : ପବିତ୍ର ଅକ୍ଷୟ ତୃତୀୟା ତିଥିରେ ଶନିବାର ଅପରାହ୍ନରେ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା ନରେନ୍ଦ୍ର ପୁଷ୍କରିଣୀରେ ଆରମ୍ଭ ହୋଇଛି। ଏହି ଚନ୍ଦନ ଯାତ୍ରା ୨୧ ଦିନ ବ୍ୟାପୀ ଚାଲିବ। ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ ମଣି ବିମାନରେ ଆସି ନରେନ୍ଦ୍ର ପୁଷ୍କରିଣୀର ଚନ୍ଦନ ଗୃହରେ ବିଜେ କରିଥିଲେ। ମଦନମୋହନଙ୍କ ସହ ଭୂଦେବୀ, ଶ୍ରୀଦେବୀ, ରାମକୃଷ୍ଣ ଓ ପଚଂ ମହାଦେବ ଚନ୍ଦନ ଚକଡ଼ାରେ ବିଜେ କରିଥିଲେ। ପରେ ପରେ ଦିନ ଚାପ ଅନୁଷ୍ଠିତ ହୋଇଥିଲା। ମହାପ୍ରଭୁ ନନ୍ଦା ଓ ଭଦ୍ରା ନୌକାରେ ଦିନ ଚାପ ଖେଳିଛନ୍ତି।
ପରେ ଅନ୍ୟାନ୍ୟ ନୀତିକାନ୍ତି ସହ ରାତି ଚାପ ଅନୁଷ୍ଠିତ ହେବ। ରାତି ୧୦ ଟା ପୂର୍ବରୁ ମଦନମୋହନ ମଣି ବିମାନ ଯୋଗେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ପ୍ରଶାସନର କୋଭିଡ଼୍‍ କଟକଣା ପାଇଁ ମାତ୍ର ୫୦ ରୁ ୬୫ ଜଣ ସେବାୟତ ଏହି ନୀତିକାନ୍ତିରେ ନିୟୋଜିତ ହୋଇଛନ୍ତି। ଏଥର ବିନା ଭକ୍ତରେ ନରେନ୍ଦ୍ର ପୁଷ୍କରିଣୀରେ ଚନ୍ଦନ ଯାତ୍ରା ଅନୁଷ୍ଠିତ ହୋଇଛି। ଭକ୍ତ ସମାଗମ ଉପରେ କଟକଣା ଲଗାଇବା ପାଇଁ ପ୍ରଶାସନ ପକ୍ଷରୁ ସିଂହଦ୍ୱାର ଠାରୁ ଚନ୍ଦନ ପୋଖରୀ ପର୍ଯ୍ୟନ୍ତ ରାସ୍ତାରେ ବ୍ୟାରିକେଡ଼ ଲଗାଯିବା ସହ ବ୍ୟାରିକେଟ ଅଂଚଳରେ ୧୪୪ ଧାରା ଜାରି କରାଯାଇଛି। ଏହା ବ୍ୟତୀତ ନରେନ୍ଦ୍ର ପୁଷ୍କରିଣୀ ଚର୍ତୁପାର୍ଶ୍ବରେ ମଧ୍ୟ ୧୪୪ ଧାରା ଜାରିହୋଇଛି। ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ୧୦ ପ୍ଲାଟୁନ୍‍ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତିି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories