ସମାଜ ଡିଜିଟାଲ ଡେସ୍କ: ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା ଶେଷ ହେବା ପରେ ଆଜିଠୁ ଭିତର ଚନ୍ଦନ ଯାତ୍ରା ଆରମ୍ଭ ହେବ । ୨୧ଦିନ ଧରି ମହାପ୍ରଭୁଙ୍କୁ ଚନ୍ଦନ ଓ ଆଲଟ ଲାଗି କରାଯିବ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଯାତଭୋଗ ସରିବା ପରେ ଭିତର ଚନ୍ଦନ ଯାତ୍ରା ନୀତି ଆରମ୍ଭ ହେବ । ଜ୍ୟେଷ୍ଠ କୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳ ଷଷ୍ଠୀ ଓ ରୁକ୍କିଣୀ ହରଣ ଏକାଦଶରେ ଶ୍ରୀମନ୍ଦିର ଭିତରରେ ଠାକୁରଙ୍କ ଜଳକ୍ରୀଡା ନୀତି ଅନୁଷ୍ଠିତ ହୋଇଥାଏ । ବୈଶାଖ ଶୁକ୍ଳ ତୃତୀୟା ବା ଅକ୍ଷୟ ତୃତୀୟାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ଅର୍ଥାତ ସ୍ନାନପୂର୍ଣ୍ଣିମା ପୂର୍ବଦିନ ପର୍ଯ୍ୟନ୍ତ ମୋଟ ୪୨ଦିନ ଧରି ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଥାଏ ।
Popular Categories



