www.samajalive.in
Monday, December 15, 2025
26.1 C
Bhubaneswar

ବଳଙ୍ଗା ପୀଡ଼ିତାକୁ ନ୍ୟାୟ ଦାବି: ବିଜେଡିର ହରତାଳ, ୬ ଘଣ୍ଟିଆ ପୁରୀ ବନ୍ଦ

ପିପିଲି : ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନ ଓ ଅଭିଯୁକ୍ତ କୁ ଗିରଫ ଦାବିରେ ବିଜୁ ଜନତା ଦଳ ପକ୍ଷରୁ ଆଜି ୬ ଘଣ୍ଟିଆ ପୁରୀ ଜିଲା ବନ୍ଦ ଡାକରା ଦିଆଯାଇଛି। ପିପିଲି ର ପୂର୍ବତନ ବିଧାୟକ ରୁଦ୍ର ପ୍ରତାପ ମହାରଥୀ ଙ୍କ ନେତୃତ୍ୱରେ ବିଜେଡି କର୍ମୀ ଓ ସମର୍ଥକମାନେ ଭୁବନେଶ୍ୱର -ପୁରୀ ଜାତୀୟ ରାଜପଥର ଉତ୍ତରା ବଜାର, ପିପିଲି ଟୋଲ ପ୍ଲାଜା ଛକ, ମଙ୍ଗଳପୁର ବଜାର, ସାତଶଂଖ ବଜାର ସମେତ ପିପିଲି ପୌରାଞ୍ଚଳ ର ହାଟଛକ ଠାରେ ସକାଳ ୬ ଟାରୁ ରାସ୍ତା ଉପରେ ଟାୟାର ଜାଳି ଅବରୋଧ କରିବା ସହ ହରତାଳ କରୁଛନ୍ତି । ପିପିଲି ପୌରାଧକ୍ଷ ସେକ ବାବୁ, ଜିଲା ପରିଷଦ ସଭ୍ୟ ଧରଣୀଧର ସାହୁ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଦେବାଶିଷ ନନ୍ଦ ପ୍ରମୁଖ ଏହି ଆନ୍ଦୋଳନର ନେତୃତ୍ୱ ନେଉଛନ୍ତି । ଏହାର ପ୍ରଭାବରେ ଅଞ୍ଚଳର ଦୋକାନ ବଜାର ବନ୍ଦ ରହିଛି ।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories