www.samajalive.in
Friday, December 5, 2025
26.1 C
Bhubaneswar

ହବିଷ୍ୟାଳୀଙ୍କ ପାଇଁ ଅଢେଇ କୋଟି

ଭୁବନେଶ୍ୱର : କାର୍ତ୍ତିକ ମାସରେ ହବିଷ୍ୟାଳୀଙ୍କ ବ୍ରତ ପାଳନ ନିମନ୍ତେ ରାଜ୍ୟ ସରକାର ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କା ଅନୁମୋଦନ କରିଛନ୍ତି। ଏହା ସହିତ ହବିଷ୍ୟାଳୀ ମା’ଙ୍କୁ କାର୍ତ୍ତିକ ବ୍ରତ ପାଳନ ନିମନ୍ତେ ସମସ୍ତ ପ୍ରକାର ସୁବିଧା ଓ ସହଯୋଗ ପ୍ରଦାନ କରାଯିବ ବୋଲି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, କାର୍ତ୍ତିକ ବ୍ରତ ପାଇଁ ଶ୍ରୀକ୍ଷେତ୍ର ପୁରୀରେ ଅନେକ ହବିଷ୍ୟାଳୀ ମା’ମାନେ ଏକାଠି ହୋଇଥାନ୍ତି। ହବିଷ୍ୟାଳୀ ମା’ଙ୍କୁ ସମସ୍ତ ପ୍ରକାର ସୁବିଧା ଓ ସହଯୋଗ ପ୍ରଦାନ କରାଯିବ। ହବିଷ୍ୟାଳୀ ମା’ଙ୍କ ପାଇଁ ଏକ ମାସ ଧରି ପୁରୀରେ ବିଭିନ୍ନ ହବିଷ୍ୟାଳୀ କେନ୍ଦ୍ରଗୁଡ଼ିକରେ ସୁରକ୍ଷିତ ରହଣି, ମହାପ୍ରଭୁଙ୍କ ଦର୍ଶନ, ମହାପ୍ରସାଦ ସେବନ, ଭଜନ-କୀର୍ତ୍ତନ ଓ ଅନ୍ୟାନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆଦିର ବ୍ୟବସ୍ଥା ସୁନିୟନ୍ତ୍ରିତ କରିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଏହାସହିତ ବ୍ରତ ପାଳନ ସମୟରେ ସେମାନେ ଯେପରି କୌଣସିପ୍ରକାର ଅସୁବିଧାର ସମ୍ମୁଖୀନ ନହୁଅନ୍ତି ଏହାକୁ ସୁନିଶ୍ଚିତ କରିବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ସୂଚନା ଅନୁସାରେ ଚଳିତ ଅକ୍ଟୋବର ୧୮ରୁ କାର୍ତ୍ତିକ ବ୍ରତ ଆରମ୍ଭ ହେବ। ଏହି ସମୟରେ ପୁରୀରେ ଦର୍ଶନାର୍ଥୀଙ୍କ ସଂଖ୍ୟା ବଢ଼ିବା ସମ୍ଭାବନା ଥିବାରୁ ସରକାରଙ୍କ ତରଫରୁ ବିଶେଷଭାବେ ପଦ‌େ‌କ୍ଷପ ଗ୍ରହଣ କରାଯାଇଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories