www.samajalive.in
Saturday, December 6, 2025
23.1 C
Bhubaneswar

ଆଜି ଶ୍ରୀକ୍ଷେତ୍ରରେ ହେରା ପଞ୍ଚମୀ

ପୁରୀ: ଆଜି ଶ୍ରୀକ୍ଷେତ୍ରରେ ହେରା ପଞ୍ଚମୀ ନୀତି। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ହୋଇଛି। ନବ ଦିନାତ୍ମକ ଘୋଷଯାତ୍ରାରେ ସାଙ୍ଗରେ ଆଣିନଥିବାରୁ ଶ୍ରୀମନ୍ଦିରରୁ ଶ୍ରୀଦେବୀ ଆସିବେ ଗୁଣ୍ଡିଚା ମନ୍ଦିର। କାଳିଆ ଠାକୁରଙ୍କୁ ଫେରାଇ ଆଣିବାକୁ ଅଭିମାନିନୀ ମାଆ ଲକ୍ଷ୍ମୀ ଗୁଣ୍ଡିଚା ମନ୍ଦିର ବିଜେ କରିବେ। ହେଲେ ନଅ ଦିନର ଯାତ୍ରା ନସରିବା ପର୍ଯ୍ୟନ୍ତ ମହାପ୍ରଭୁ ଶ୍ରୀମନ୍ଦିର ଫେରିବେ ନାହିଁ ବୋଲି କହିଥାନ୍ତି। ଏଥିରେ ରାଜି ଯାଇ ଫେରିବା ବେଳେ ମହାପ୍ରଭୁଙ୍କ ରଥ ଭାଙ୍ଗି ଦେଇଯାନ୍ତି ଅଭିମାନିନୀ ଲକ୍ଷ୍ମୀ ଠାକୁରାଣୀ। ଏହି ପରମ୍ପରାକୁ ହେରା ପଞ୍ଚମୀ ନୀତି କୁହାଯାଏ । ସେପଟେ ବୁଧବାରଠାରୁ ଆଡପ ମଣ୍ଡପରେ ଭକ୍ତ ମାନଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ଦେଶର କୋଣ ଅନୁକୋଣରୁ ଲକ୍ଷାଧିକ ଭକ୍ତଙ୍କର ପୁରୀକୁ ସୁଅ ଛୁଟୁଥିବା ଦେଖିବାକୁ ମିଳିଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories