www.samajalive.in
Saturday, December 6, 2025
26.1 C
Bhubaneswar

ଅଗ୍ନିକାଣ୍ଡରେ ଜଳିଗଲା ୧୦ ବଖରା ଘର

ସୁଆଣ୍ଡୋ: ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ ଆଳିଶ ଗାଁରେ ଭୟାବହ ଅଗ୍ନିକାଣ୍ଡ। ସୋମବାର ରାତିରେ ଅଗ୍ନିକାଣ୍ଡ ଘଟି ୧୦ ବଖରା ଚାଳ ଘର ପୋଡି ପାଉଁଶ ଯାଇଛି । ୩ଟି ମଟରସାଇକେଲ, ୫ ସାଇକେଲ ଓ ଧାନ ଚାଉଳ ଲୁଗାପଟା ବାସନକୁସନ ପୋଡି ଯାଇଥିବା ଜଣାପଡିଛି । ଖବରପାଇ ସତ୍ୟବାଦୀ ଅଗ୍ନିଶମ ବାହିନୀ ଆଗ୍ନିକ ମନୋଜ କୁମାର ପାତ୍ର  ୭ ଜଣ ସହକର୍ମୀଙ୍କ ସହିତ ଘଟଣା ସ୍ଥଳରେ ପହଞ୍ଚି ନିଆଁ କୁ ଆୟତ କରିଥିଲେ । ସ୍ଥାନୀୟ ସରପଞ୍ଚ ସୁରଥ ସେଠି ଓ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ କୁଞ୍ଜ ସାହୁ ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି । ବିପନ୍ନ ମାନଙ୍କୁ ପଞ୍ଚାୟତ ତରଫରୁ ସକାଳେ ଶୁଖିଲା ଖାଦ୍ୟ ଦିଆଯାଇଛି । ତହସିଲଦାର ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚିଲେ କ୍ଷୟକ୍ଷତି ଆକଳନ କରାଯିବ ବୋଲି ସରପଞ୍ଚ ଶ୍ରୀ ସେଠି କହିଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories