www.samajalive.in
Sunday, December 7, 2025
26.1 C
Bhubaneswar

ଶ୍ରୀମନ୍ଦିର ସୁପରଭାଇଜରଙ୍କୁ ଆକ୍ରମଣ: ପନ୍ତି ବଡୁ ସେବକ ନିଲମ୍ବିତ

ପୁରୀ : ଶ୍ରୀମନ୍ଦିର ବରିଷ୍ଠ ସୁପର ଭାଇଜରଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ। ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡୁ ସେବକ ଚନ୍ଦନ ସାମନ୍ତରାଙ୍କୁ ନିଲମ୍ବିତ କରିଚନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ମହାପ୍ରଭୁଙ୍କ ସେବା ପୂଜାରୁ ତାଙ୍କୁ ନିଲମ୍ବନ କରାଯାଇଛି। ଶ୍ରୀମନ୍ଦିର ପରିସର କିମ୍ବା ରୋଷ ଘରେ ପ୍ରବେଶ କରିବାକୁ ନିଷିଦ୍ଧ କରାଯାଇଛି। ସେପଟେ ଏହି ଘଟଣାକୁ ନେଇ ମୁଖ୍ୟ ପ୍ରଶାସକ କହିଛନ୍ତି ଶ୍ରୀମନ୍ଦିରରେ କୌଣସି ପ୍ରକାର ବିଶୃଙ୍ଖଳା ବରଦାସ୍ତ କରାଯିବନି। ସୂଚନା ମୂତାବକ ଶୁକ୍ରବାର ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଦୁର୍ବୃତ୍ତଙ୍କ ଭୁଜାଲି ଚୋଟରେ ଜଣେ ବରିଷ୍ଠ ସେବାୟତ ତଥା ଶ୍ରୀମନ୍ଦିର ପ୍ରଶାସନ ଅଧୀନରେ କାର୍ଯ୍ୟରତ ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀ ଗୁରୁତର ଆହତ ହୋଇଥିଲେ। ଆମ୍ବୁଲାନ୍ସ ଯୋଗେ ତାଙ୍କୁ ସଦର ହସ୍ପିଟାଲରେ ଭର୍ତ୍ତି କରାରଯାଇଥିଲା । ଆନନ୍ଦ ବଜାରରେ ଅଣ ସେବାୟତଙ୍କ ପ୍ରାଦୁର୍ଭାବର ପ୍ରତିବାଦ କରିବାରୁ ଏଭଳି ଅଘଟଣ ଘଟିଥିବା କୁହାଯାଉଛି। ସିଂହଦ୍ୱାର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସେପଟେ ଆଜି ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡୁ ସେବକଙ୍କୁ ନିଲମ୍ବନ କରାଯାଇଛି।

 

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories