www.samajalive.in
Sunday, December 7, 2025
26.1 C
Bhubaneswar

ବାଣ ବିସ୍ଫୋରଣ ମାମଲା, ଜେଲ୍‌ ଗଲା ଅଭିଯୁକ୍ତ

ପୁରୀ : ବେଆଇନ ବାଣ ବିକ୍ରି କରୁଥିବାବେଳେ ବିସ୍ଫୋରଣ ଘଟି ୨ ଜଣଙ୍କ ମୃତ୍ୟୁ ମାମଲାରେ ସଦର ଥାନା ପୁଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି ଜେଲ ହାଜତକୁ ପଠାଇଛି। ଦୀପାବଳି ପାଇଁ ସଦର ଥାନା ନିକଟ ବାଟଗାଁ ରାଉତସାହି ଘରେ ଅଭିଯୁକ୍ତ ବ୍ରଜକିଶୋର ରାଉତ ବେଆଇନ ଭାବେ ବାଣ ବିକ୍ରି କରୁଥିଲା। ଗତ ଗୁରୁବାର ସେଠାରୁ ବାଣ ନେଇ ଯାଉଥିବାବେଳେ ହଠାତ ବିସ୍ଫୋରଣ ଘଟିଥିଲା। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଚିକିତ୍ସାଧୀନ ଅଛନ୍ତି। ସଦର ଥାନା ଅଧିକାରୀ ଭାବଗ୍ରାହୀ ରାଉତଙ୍କ ଅଭିଯୋଗକ୍ରମେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଥିଲା। ଏହି ମାମଲାରେ ପୁଲିସ ମୁଖ୍ୟ ଅଭିଯୁକ୍ତ ବ୍ରଜକିଶୋରଙ୍କୁ ଗିରଫ କରି ଅଦାଲତ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ୍‌ ହାଜତକୁ ପଠାଯାଇଛି।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories