www.samajalive.in
Friday, December 5, 2025
20.1 C
Bhubaneswar

ଆଜି ଚକାବିଜେ ହେବେ ମହାପ୍ରଭୁ

ପୁରୀ: ଅଣସର ଗୃହରେ ଶୁକ୍ରବାର ମହାପ୍ରଭୁଙ୍କ ଚକାବିଜେ ନୀତି ଅନୁଷ୍ଠିତ ହେବ। ବଡ଼ ଠାକୁର ବଳଭଦ୍ର, ଶ୍ରୀଜଗନ୍ନାଥ ଏବଂ ମହାପ୍ରଭୁ ଦେବୀ ସୁଭଦ୍ରା ଅଣସର ପିଣ୍ଡିରୁ ଚକାକୁ ବିଜେ କରିବେ। ଦଇତାପତି ସେବକମାନେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ସମ୍ପାଦନ କରିବେ। ପବିତ୍ର ସ୍ନାନପୂର୍ଣ୍ଣିମା ଦିନ ଶ୍ରୀବିଗ୍ରହମାନେ ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ଵରରେ ପୀଡ଼ିତ ହୋଇ ଅଣସର ପିଣ୍ଡିରେ ରହି ରାଜବୈଦ୍ୟଙ୍କ ଙ୍କ ପରାମର୍ଶ କ୍ରମେ ଚିକିତ୍ସିତ ହେଉଛନ୍ତି। ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ସେବକ ଦଇତାପତି ଓ ପତି ମହାପାତ୍ର ଗୁପ୍ତ ସେବା କରୁଛନ୍ତି ।  ପରମ୍ପର ମ୍ପରା ଅନୁଯାୟୀ ଞ୍ଚମୀ ତିଥ୍‌ରେ ମହାପ୍ରଭୁଙ୍କୁ ଫୁଲୁରି ତେଲ ଲାଗି ଇଥିଲା । ଷଷ୍ଠୀରୁ ନବମୀ ଯାଏ ଠାକୁରଙ୍କୁ ଓଷୁଅ ଲାଗି କରାଯାଇଥିଲା। ଦଶମୀ ତ‌ଥ୍‌ରେ ଅସୁସ୍ଥ ଥ‌ିବା ଶ୍ରୀବିଗ୍ରହ ସାମାନ୍ୟ ସୁସ୍ଥ ଅନୁଭବ କରିଥିବାରୁ ଚକାବିକେ ନୀତି ଅନୁଷ୍ଠିତ ହେବ। ଦଇତାପତି ସେବକମାନେ ଶ୍ରୀଜୀଉଙ୍କୁ ଅଣସର ପିଣ୍ଡିରୁ ଚକାକୁ ବିଜେ କରାଇବେ । ଦଶମୀ ତିଥିରେ ଶୁକ୍ରବାର ବୈଦ୍ୟଙ୍କ ଦ୍ବାରା ପ୍ରସ୍ତୁତ ଦଶମୂଳ ମୋଦକ ପ୍ରସ୍ତୁତ କରାଯାଇ ଶ୍ରୀବିଗ୍ରହଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିରକୁ ପଠାଯିବ। ଉକ୍ତ ଦଶମୂଳ ଏକାଦଶୀ ତିଥିରେ ମହାପ୍ରଭୁ ଲାଗି ହେବେ। ଜ୍ଵରରେ ପୀଡ଼ିତ ଦାରୁ ବିଗ୍ରହମାନେ ଏହି ଦଶମୂଳ ଲାଗି ହେଲେ ସମ୍ପୂର୍ଣ ସୁସ୍ଥ ହୁଅନ୍ତି ବୋଲି ବିଶ୍ଵାସ ରହିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories