ପୁରୀ: ଆଜି ପବିତ୍ର ମକର ସଂକ୍ରାନ୍ତି। ଏଥିଲାଗି ସାରା ରାଜ୍ୟ ଉତ୍ସବମୁଖର ହୋଇଉଠିଛି। ସବୁଠି ଭିନ୍ନ ଭିନ୍ନ ଢଙ୍ଗରେ ପାଳିତ ହେଉଛି ମକର ଉତ୍ସବ। ଘରେ ଘରେ ଠାକୁରଙ୍କ ପାଖରେ ମକର ଚାଉଳ ଭୋଗ ଲାଗି ହେଉଛି । ପୁରୀ ଶ୍ରୀମନ୍ଦିରରେ ଆଜି ମହାପ୍ରଭୁ ଭକ୍ତ ମାନଙ୍କୁ ମକର ଚୌରାଶି ବେଶରେ ଦର୍ଶନ ଦେବେ। ମଧ୍ୟାହ୍ନ ଧୂପ ପରେ ମହାପ୍ରଭୁଙ୍କର ମକର ନୀତି ଅନୁଷ୍ଠିତ ହେବ । ଶ୍ରୀଜିଉ ମକର ଚୌରାଶି ବେଶରେ ଶ୍ରଦ୍ଧାଳୁ ମାନଙ୍କୁ ଦର୍ଶନ ଦେବେ। ଗୁଡିଆ ମାନେ ଫେଣା, ଶାକର ଆଣି ମକର ଭୋଗ ପ୍ରସ୍ତୁତ କରିବେ। ଏହାସହ ମହାପ୍ରଭୁଙ୍କ ଶ୍ରୀଚରଣରେ ନଳୀ ପାନ ଅର୍ପଣ କରାଯିବାର ବିଧି ରହିଛି। ମହାପ୍ରଭୁଙ୍କ ମକରବେଶ ପାଇଁ ଜଗନ୍ନାଥ ବଲ୍ଲଭ ମଠ ପକ୍ଷରୁ ସୁସଜ୍ଜିତ ମାଳଚୂଳ ପ୍ରସ୍ତୁତ କରାଯାଇଥିବା ବେଳେ ବଡଓଡିଆ ମଠ ପକ୍ଷରୁ ରଙ୍ଗ ବେରଙ୍ଗର ବିଭିନ୍ନ ସୁବାଷିତ ପୁଷ୍ପ ଓ ତୁଳସୀ ଆଦିକୁ ନେଇ ସୁସଜ୍ଜିତ ମାଳ ଚୂଳ ପ୍ରସ୍ତୁତ କରାଯାଇ ଶ୍ରୀମନ୍ଦିରକୁ ଦିଆଯାଇଛି।
Popular Categories



