www.samajalive.in
Thursday, December 11, 2025
26.1 C
Bhubaneswar

ପୁରୀ ଓ ନୟାଗଡ ଜିଲ୍ଲାର ଅଭିଯୋଗ ସଂପର୍କରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ସମୀକ୍ଷା, ପୁରୀ ପୌରପାଳିକା ଲିଜ୍‌ ଜମିଗୁଡିକ ହେବ ନିୟମିତ

ଭୁବନେଶ୍ବର :ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶ କ୍ରମେ ୫-ଟି ସଚିବଙ୍କ ପୁରୀ ଓ ନୟାଗଡ ଜିଲା ଗସ୍ତ ସମୟରେ ଜନସାଧାରଣଙ୍କ ଠାରୁ ବିଭିନ୍ନ ଅଭିଯୋଗ ମିଳିଥିଲା। ଏ ସଂପର୍କରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ଆଜି ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିସ୍ତୃତ ଆଲୋଚନା କରାଯାଇ ନିଷ୍ପତ୍ତି ଗ୍ରହଣ କରାଯାଇଛି।
ପୁରୀ ପୌରପାଳିକା ଜମି ସମସ୍ୟା ସଂପର୍କରେ ୫-ଟି ସଚିବଙ୍କ ଗସ୍ତ ସମୟରେ ଜନସାଧାରଣ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପୁରୀ ପୌରପାଳିକା ଦ୍ବାରା ପୌରପାଳିକା ନିୟମ ଓ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଅନୁଯାୟୀ ଦିଆଯାଇଥିବା ଲିଜଗୁଡିକୁ ନିୟମିତ କରିବା ପାଇଁ ବୈଠକରେ ନୀତିଗତ ନିଷ୍ପତ୍ତି ନିଆଯାଇଛି। ଏହି କାର୍ଯ୍ୟକୁ ଧାର୍ଯ୍ୟ ଅବଧି ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ଆବଶ୍ୟକ ସର୍ଭେ କାମକୁ ୨୦ ଦିନ ମଧ୍ୟରେ ଶେଷ କରିବା ପାଇଁ ୫-ଟି ସଚିବ ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ ଜିଲ୍ଲାପାଳଙ୍କୁ ଆବଶ୍ୟକ ଅତିରିକ୍ତ ରାଜସ୍ବ ଅଧିକାରୀ ଯୋଗାଇ ଦେବାକୁ ବୈଠକରେ ନିଷ୍ପତ୍ତି ହୋଇଛି।

ପୁରୀ ପୌରପାଳିକା ବହୁ ବର୍ଷ ଧରି ବିଭିନ୍ନ ଅନୁଷ୍ଠାନ ଓ ଲୋକମାନଙ୍କୁ ଲିଜ ସୂତ୍ରରେ ପ୍ରାୟ ୫୦୪ ଏକର ଜମି ଦେଇଛି। ଏହି ଉଚ୍ଚସ୍ତରୀୟ ବୈଠକରେ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଓ ପୌରପାଳିକା ନିୟମ ଅନୁସାରେ ଆବଣ୍ଟିତ ଲିଜ୍୍ ନିୟମିତ କରିବା ପାଇଁ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନ ମାନଙ୍କ ଉପରେ ଉପଯୁକ୍ତ ଦେୟ ଧାର୍ଯ୍ୟ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ନୟାଗଡ ଜିଲାର ମଞ୍ଜରୀ ଗ୍ରାମ ନିକଟରେ ବୃତ୍ତଙ୍ଗ ନଦୀ ଉପରେ ଜଳଭଣ୍ଡାର ପ୍ରକଳ୍ପ ନିର୍ମାଣ ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଥିଲା। ପରିବେଶ ତଥା ଅନ୍ୟାନ୍ୟ ଆବଶ୍ୟକ ମଞ୍ଜୁରୀ ମିଳିବା ପରେ ପ୍ରକଳ୍ପ ପାଇଁ ତୁରନ୍ତ ଟେଣ୍ଡର ଆହ୍ବାନ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।
ଏହି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Hot this week

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

Related Articles

Popular Categories