www.samajalive.in
Saturday, December 6, 2025
23.1 C
Bhubaneswar

ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼

ପୁରୀ : ମହୋଦଧିରେ ସ୍ନାନ ସହ ମହାପ୍ରଭୁଙ୍କ ଦର୍ଶନରୁ ନୂତନ ବର୍ଷ ଆରମ୍ଭ ଲକ୍ଷ୍ୟ ନେଇ ପୁରୀ ସହରର ବିଭିନ୍ନ ସ୍ଥାନରେ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ଭିଡ଼ ଜମିଛି। ରାତି ସାରା ଚାଲିଛି ମହାପ୍ରଭୁଙ୍କ ଦର୍ଶନ। ଲମ୍ବା ଧାଡିରେ ଯାଇ ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି। ସିଂହଦ୍ଵାର ଦେଇ ପ୍ରବେଶ ବ୍ୟବସ୍ଥା ହୋଇଥିବାବେଳେ ଅନ୍ୟ ୩ ଦ୍ଵାର ଦେଇ ଶ୍ରଦ୍ଧାଳୁମାନେ ପ୍ରସ୍ଥାନ କରୁଛନ୍ତି। ନୂଆବର୍ଷରେ ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମକୁ ଦୃଷ୍ଟିରେ ରଖି ଗତକାଲି ରାତି ପ୍ରାୟ ୧୨ଟା ୩୦ରେ ଶ୍ରୀମନ୍ଦିରରେ ଦ୍ଵାରଫିଟା ନୀତି ସମ୍ପନ୍ନ ହୋଇ ଦର୍ଶନ ଚାଲିଛି। ସେପଟେ ଭିଡକୁ ଦୃଷ୍ଟିରେ ରଖି ପୁଲିସ୍ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଶ୍ରଦ୍ଧାଳୁମାନେ ମାର୍କେଟ୍ ଛକଠାରୁ ଧାଡିରେ ଦର୍ଶନ ପାଇଁ ଆସୁଛନ୍ତି । ଟ୍ରାଫିକ୍ ନିୟନ୍ତ୍ରଣ ଓ ପାର୍କିଂ ପାଇଁ ପୁରୀରେ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories