ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ
ପୁରୀ : ପୁରୀ ଜିଲା ନିମାପଡ଼ା ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ସୋମବାର ଭିଜିଲାନ୍ସ ଚଢାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ଏକ ଟିମ୍ ଯନ୍ତ୍ରୀଙ୍କ ଘରେ ଚଢାଉ କରିଛି। ତାଙ୍କ ବାସଭବନ ସମେତ ତିନିଟି ସ୍ଥାନରେ ଭିଜିଲାନ୍ସ ଏକାକାଳୀନ ଚଢାଉ କରିଥିଲା। ଏହି ସମୟରେ ଅନେକ ଜରୁରୀ କାଗଜପତ୍ର ଜବତ ହୋଇଛି। ଚଢାଉ ଜାରି ରହିଥିବାରୁ ଅଧିକ ଖବର ହସ୍ତଗତ ହୋଇପାରି ନାହିଁ।