www.samajalive.in
Saturday, December 6, 2025
14.1 C
Bhubaneswar

ପଦ୍ମଶ୍ରୀ ପ୍ରଫେସର ରଜତ କରଙ୍କ ସ୍ବର୍ଗଦ୍ବାରରେ ଶେଷକୃତ୍ୟ ସମ୍ପନ୍ନ

ପୁରୀ : ପଦ୍ମଶ୍ରୀ ପ୍ରଫେସର ରଜତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ବର୍ଗଦ୍ବାର ଠାରେ ସମ୍ପନ୍ନ ହୋଇଛି । ଜ୍ୟେଷ୍ଠପୁତ୍ର ଶ୍ରୀ ରଞ୍ଜିତ କର ମୁଖାଗ୍ନି ଦେଇଛନ୍ତି । ପ୍ରଫେସର କର ଗତକାଲି ୮୯ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ । ସ୍ବର୍ଗତ କର ଜଣେ ବାଗ୍ମୀ, ପ୍ରବଚକ, ସାହିତ୍ୟିକ, ଗବେଷକ, ଶିକ୍ଷାବିତ ଓ ନାଟ୍ୟକାର ଭାବେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ । ପଞ୍ଚାୟତିରାଜ ଓ ପାନୀୟ ଜଳ,ଆଇନ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତ‍ପ ଜେନ‍ା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ପୌରସଂସ୍ଥା ନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ଵାଇଁ, ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ମିହିର କୁମାର ପଣ୍ଡା, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ହେମନ୍ତ ବେହେରା ପ୍ରମୁଖ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ପୁରୀ ସ୍ବର୍ଗଦ୍ବାର ଠାରେ କନିଷ୍ଠ ପୁତ୍ର ଶ୍ରୀ ରାଜୀବ କର, ବଡ ବୋହୁ ନିବେଦିତା କର, ସାନ ବୋହୁ ଗୀତା କର, ଝିଅ ସାଗରିକା ପ୍ରହରାଜ, ସମ୍ବିତା କର, ଜ୍ବାଇଁ ଶ୍ରୀ ମନମୋହନ ପ୍ରହରାଜ, ଶ୍ରୀ ଭୁବନେଶ୍ବର ମହାପାତ୍ର, ନାତି ଅଂଶୁମାନ କର, ସୁମନ କର, ପ୍ରଦୀପ କର, ନାତୁଣୀ ବୋହୁ ଦେବସ୍ମିତା କର ଓ ଆତ୍ମୀୟ ସ୍ବଜନ ଉପସ୍ଥିତ ଥିଲେ । ଅନେକ ବିଶିଷ୍ଟ ବ୍ୟକ୍ତି, ସାହିତ୍ୟ ଓ ସଂସ୍କୃତ ପ୍ରେମୀ ଶେଷ ଦର୍ଶନ କରିବା ସହ ଦିବଂଗତ ଆତ୍ମାର ସଦଗତି କାମନା କରିଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories