www.samajalive.in
Monday, December 8, 2025
27.1 C
Bhubaneswar

ଆଜି ୪ ଘଣ୍ଟା କାଳିଆ ଦର୍ଶନ ବନ୍ଦ

ପୁରୀ: ଆଜି ଜ୍ୟେଷ୍ଠ ଶୁକ୍ଳ ଦଶମୀ ତିଥି । ଏହି ଅବସରରେ ଶ୍ରୀମନ୍ଦିର ରତ୍ନସିଂହାସନରେ ଦାରୁବ୍ରହ୍ମଙ୍କ ଶ୍ରୀମୁଖ ସିଂହାର (ବନକଲାଗି) ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୪ରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ଶେଷ ହେବା ପରେ ଶ୍ରୀଜିଉଙ୍କୁ ମହାସ୍ନାନ କରାଯିବ। ଏହାପରେ ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ପରମ୍ପରା ଅନୁଯାୟୀ ଦ୍ବିତୀୟ ଭୋଗ ମଣ୍ଡପ ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ। ଶ୍ରୀଜିଉଙ୍କ ବନକଲାଗି ପାଇଁ ଦତ୍ତମହାପାତ୍ର ସେବକ ବିଭିନ୍ନ ପ୍ରାକୃତିକ ରଙ୍ଗସହ ରତ୍ନସିଂହାସନ ଉପରକୁ ଯିବେ। ମହାପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ ଏବଂ ଦେବୀ ସୁଭଦ୍ରାଙ୍କ ଶ୍ରୀମୁଖ ସିଂହାର କରାଯିବ। ବନକଲାଗି ସମୟରେ ଭକ୍ତମାନେ ଶ୍ରୀମନ୍ଦିରରେ ପ୍ରବେଶ କରିବା ସହ ଅନ୍ୟ ଦେବଦେବୀଙ୍କୁ ଦର୍ଶନ କରିପାରିବେ। ଆନନ୍ଦ ବଜାରକୁ ଯାଇ ମହାପ୍ରସାଦ କ୍ରୟ ଏବଂ ସେବନ କରିପାରିବେ।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories