www.samajalive.in
Monday, December 8, 2025
27.1 C
Bhubaneswar

ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

ପୁରୀ: ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହେବା ନେଇ ପୁରୀ ପୌର ସଦନରେ ପ୍ରସ୍ତୁତି ବୈଠକ ବସିଛି। ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିବା ବେଳେ ଏଥିରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁ ନନ୍ଦନ ଦାସ, କ୍ରୀଡା ମନ୍ତ୍ରୀ ତୁଷାର କାନ୍ତି ବେହେରା, ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ, ଜିଲ୍ଲାପାଳ ସମର୍ଥ ବର୍ମା ଓ ଏସପି କନୱର ବିଶାଳ ସିଂ ପ୍ରମୁଖ ଉପସ୍ଥିତ ଅଛନ୍ତି । ଆଗକୁ ମହାପ୍ରଭୁଙ୍କ ରଥଯାତ୍ରା ଅସୁଥିବାରୁ କିପରି ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳା ଭାବେ କରାଯାଇପାରିବ ସେନେଇ ଆଲୋଚନା କରାଯାଉଛି । ତାହା ସହ ଚଳିତ ବର୍ଷ କରୋନା କଟକଣା ନଥିବାରୁ ଭକ୍ତମାନେ ଏଥର ରଥଯାତ୍ରାରେ ସାମିଲ ହେବା ନେଇ ବୈଠକରେ ଆଲୋଚନା ହୋଇପାରେ । ବର୍ତ୍ତମାନ ରଥଖଳାରେ ଶ୍ରୀଜିଉ ମାନଙ୍କର ରଥନିର୍ମାଣ କରାଯାଉଛି ।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories