www.samajalive.in
Sunday, December 7, 2025
14.1 C
Bhubaneswar

ଆସନ୍ତାକାଲି ଜଗା ଦର୍ଶନ ବନ୍ଦ

ପୁରୀ : ଆସନ୍ତାକାଲି ଜ୍ୟେଷ୍ଠ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ପରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ବନ୍ଦ ରହିବ। ଅପରାହ୍ନ ଘ.୪ଟା ରୁ ସନ୍ଧ୍ୟା ଘ.୮ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ।
ସେହିପରି ଆଜି ଦିନ ୧୧ଟାରେ ଗଜପତି ମହାରାଜା ଦିବ୍ୟ ସିଂଦେଓଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ ହୋଇଛି। ବୈଠକରେ ସ୍ନାନଯାତ୍ରା , ଘୋଷଯାତ୍ରା ଓ ବାହୁଡାଯାତ୍ରାର ନୀତି ନିର୍ଦ୍ଦଣ୍ଟ ନେଇ ଆଲୋଚନା କରାଯିବ। ସ୍ନାନଯାତ୍ରାର ନୀତି ନିର୍ଦ୍ଦଣ୍ଟରେ ଆଜି ମୋହର ବାଜିବା ନେଇ ସମ୍ଭାବନା ରହିଛି। ସ୍ନାନ ଯାତ୍ରା ନେଇ କିଛି ପ୍ରସ୍ତାବ ମଧ୍ୟ ଗୃହୀତ ହୋଇପାରେ। ସ୍ନାନ ପୂର୍ଣ୍ଣିମାରେ ସର୍ବସାଧାରଣଙ୍କ ହାତୀବେଶ ଦର୍ଶନ ଉପରେ ମଧ୍ୟ ଆଲୋଚନା କରାଯିବ। ସେପଟେ ରଥଖଳାରେ ଜୋରସୋରରେ ରଥକାମ ଚାଲୁ ରହିଛି। ୩ ରଥର ଚକ ଡେରା ପରେ ଦିଗ ନିର୍ଣ୍ଣୟ ସମ୍ପନ୍ନ ହେବ।

 

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories