www.samajalive.in
Friday, December 5, 2025
17.1 C
Bhubaneswar

ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦିବ୍ୟସ୍ନାନ ନୀତି ଆରମ୍ଭ

ପୁରୀ : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ରତ୍ନବେଦୀରୁ ସ୍ନାନବେଦୀରେ ବିଜେ କରିଛନ୍ତି ମହାପ୍ରଭୁ। ଏଥିପାଇଁ ସକାଳୁ ଚଳଚଞ୍ଚଳ ପୁରୀ। ବଡଦାଣ୍ଡରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଭିଡ ଦେଖାଯାଇଛି। ତେବେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ଦିବ୍ୟସ୍ନାନ ନୀତି। ୧୦୮ ଗରା ସୁବାସିତ ଜଳରେ ମହାସ୍ନାନ ନୀତି ଆରମ୍ଭ ହୋଇଛି। ସୁନା କୂଅରୁ ଆସିଥିବା ଜଳରେ ଚାଲିଛି ମହାସ୍ନାନ ନୀତି। ସୁନା,ରୁପା ଓ ତମ୍ବା ଗରାରେ ଆସେ ସୁବାସିତ ଜଳ।
ସୂଚନା ଯୋଗ୍ୟ, ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ପୁରୀରେ ମହାପ୍ରଭୁଙ୍କୁ ହାତୀ ବେଶରେ ଦର୍ଶନ କରିବାକୁ ଲକ୍ଷଲକ୍ଷ ଭକ୍ତଙ୍କ ସମାଗମ ହୋଇଛି । ରୀତିନୀତି ଅନୁଯାୟୀ ତିନି ଠାକୁରଙ୍କ ସମସ୍ତ ନୀତିକାନ୍ତି ହେବାପରେ ଧାଡ଼ି ପହଣ୍ଡିରେ ସ୍ନାନବେଦୀକୁ ବିଜେ କରିଛନ୍ତି ତିନି ଠାକୁର ।

ଗଜପତି ମହାରାଜା ଶ୍ରୀଦିବ୍ୟସିଂହ ଦେବ ଦିନ ୧୨ଟା ୧୫ରେ ସ୍ନାନମଣ୍ଡପକୁ ଯାଇ ଛେରାପହଁରା କରିଛନ୍ତି। ଏହାପରେ ଦିନ ୧୨ଟା ୪୫ରୁ ୨ଟା ୩୦ ମଧ୍ୟରେ ମହାପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ ଏବଂ ଦେବୀ ସୁଭଦ୍ରାଙ୍କୁ ହାତୀବେଶ କରାଯିବ। ମହାସ୍ନାନ କରିବା ପରେ ଆକର୍ଷଣୀୟ ହାତୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ।

- Advertisement -

ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ସନ୍ଧ୍ୟା ୬ରୁ ରାତି ୯ଟା ୩୦ ପର୍ଯ୍ୟନ୍ତ ସାହାଣମେଲା ଦର୍ଶନ ଅନୁଷ୍ଠିତ ହେବ। ସ୍ନାନମଣ୍ଡପ ଉପରକୁ ଯାଇ ଅତି ନିକଟରୁ ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ କରିବାର ସୁଯୋଗ ପାଇବେ ଶ୍ରଦ୍ଧାଳୁ। ଏହାଛଡ଼ା ବଡ଼ଦାଣ୍ଡରେ ଛିଡ଼ା ହୋଇ ମହାପ୍ରଭୁଙ୍କୁ ଭକ୍ତମାନେ ଦର୍ଶନ କରିପାରିବେ। ରାତି ୧୦ଟାରେ ମହାପ୍ରଭୁଙ୍କ ବାହୁଡ଼ା ପହଣ୍ଡି ଆରମ୍ଭ ହେବା କାର୍ଯ୍ୟକ୍ରମ ରହିଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories