www.samajalive.in
Sunday, December 7, 2025
26.1 C
Bhubaneswar

ଗଡ଼ିଲା ବଳଭଦ୍ରଙ୍କ ତାଳଧ୍ୱଜ ରଥ; ହୁଳହୁଳି ଓ ହରିବୋଲ ଶବ୍ଦରେ ଫାଟି ପଡ଼ୁଛି ବଡ଼ଦାଣ୍ଡ

ପୁରୀ: ବଡ଼ ଦାଣ୍ଡରେ ଗଡ଼ିଲା ବଡ଼ ଭାଇ ବଳଭଦ୍ରଙ୍କ ତାଳଧ୍ୱଜ ରଥ । ରଥରେ ବଡ଼ ଠାକୁରଙ୍କ ସମସ୍ତ ନୀତିକାନ୍ତି ସମ୍ପନ୍ନ ହେବା ପରେ ଭକ୍ତଙ୍କ ଗହଣରେ ଗଡ଼ିଛି ତାଳଧ୍ୱଜ । ପ୍ରଥମେ ଗଜପତି ମହାରାଜା ତାଳଧ୍ୱଜ ରଥରେ ଛେରାପହଁରା କରିଥିଲେ । ପରେ ରଥରେ ଚାରମାଳ ଫିଟାଯାଇ ଘୋଡ଼ା ଯୋଖା ଯିବା ପରେ ଭକ୍ତମାନେ ବଳଭଦ୍ରଙ୍କ ରଥକୁ ଟାଣିନେଇଛନ୍ତି । ରଥ ଟାଣିବା ସମୟରେ ହୁଳହୁଳି ଓ ହରିବୋଲ ଶବ୍ଦରେ ଫାଟି ପଡ଼ୁଛି ବଡ଼ଦାଣ୍ଡ ।  ନିର୍ଦ୍ଧାରିତ ସମୟ ପୂର୍ବରୁ ରଥଟଣା ଆରମ୍ଭ ହୋଇଥିବାରୁ ଭକ୍ତଙ୍କ ମଧ୍ୟରେ ବେଶ୍‌ ଖୁସି ଦେଖିବାକୁ ମିଳିଛି । ଭୋରରୁ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସମସ୍ତ ନୀତି ସମ୍ପନ୍ନ ହେବା ପରେ ପ୍ରଥମେ ସକାଳୁ ସକାଳୁ

ଗୋଟି ପହଣ୍ଡିରେ ରଥରେ ବିଜେ କରିଥିଲେ ଚକ୍ରରାଜ ସୁଦର୍ଶନ । ଦ୍ୱିତୀୟରେ ବଡ଼ ଭାଇ ବଳଭଦ୍ରଙ୍କ ପହଣ୍ଡି ବିଜେ ଆରମ୍ଭ ​‌ହୋଇ ତାଳଧ୍ୱଜ ରଥରେ ବିଜେ କରିଥିଲେ  । ପରେ ପରେ ଭଉଣୀ ସୁଭଦ୍ରା ଓ ଶେଷରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରଥରେ ବିଜେ କରିଥିଲେ । ରଥରେ ମହାପ୍ରଭୁଙ୍କ ସମସ୍ତ ରୀତିନୀତି ସମ୍ପନ୍ନ ହେବା ପରେ ଗଜପତି ମହାରାଜ ଛେରା ପହଁରା କରିବା ପରେ ରଥରୁ ଚାରମାଳ ଫିଟାଯାଇ ବଡ଼ ଭାଇ ବଳଭଦ୍ରଙ୍କ ତାଳଧ୍ୱଜ ରଥଟଣା ଆରମ୍ଭ ହୋଇଛି । ଏହାପରେ ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥଟଣା ଆରମ୍ଭ ହେବ । ଶେଷରେ ଗଡ଼ିବ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ । ୨ ବର୍ଷ ପରେ ଭକ୍ତଙ୍କ ଗହଣରେ ରଥଯାତ୍ରା ହେଉଥିବାରୁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ବଡ଼ ଦାଣ୍ଡରେ ଭକ୍ତଙ୍କ ଉପରେ ପାଣି ଛିଞ୍ଚାଯିବା ସହ ସୁରକ୍ଷା ପାଇଁ ଆମ୍ବୁଲାନ୍ସ ଓ ବ୍ୟାପକ ପୁଲିସ ମୁତୟନ ହୋଇଛନ୍ତି ।

- Advertisement -

 

 

 

 

 

 

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories