www.samajalive.in
Saturday, December 6, 2025
16.1 C
Bhubaneswar

ଶ୍ରୀମନ୍ଦିର ଗର୍ଭଗୃହରେ ଦର୍ଶନ କରିବେ ରାଷ୍ଟ୍ରପତି

ପୁରୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଗାମୀ ୧୦ତାରିଖ ଦିନ ଶ୍ରୀମନ୍ଦିର ଗର୍ଭଗୃହ ଭିତରକୁ ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିବେ। ଦିନ ୧୨ଟାରୁ ୧ଟା ମଧ୍ୟରେ ସେ ଶ୍ରୀମନ୍ଦିରରେ ପ୍ରବେଶ କରିବେ। ତେଣୁ ସେଦିନ ୧୦ଟା ୩୦ରୁ ମନ୍ଦିର ଭିତରକୁ ଅନ୍ୟ କୌଣସି ବ୍ୟକ୍ତିଙ୍କୁ ଛଡ଼ାଯିବ ନାହିଁ। ମହାପ୍ରଭୁଙ୍କୁ ଦର୍ଶନ ପରେ ଶ୍ରୀମତୀ ମୁର୍ମୁ ପୁରୀ ରାଜଭବନରେ ମହାପ୍ରସାଦ ସେବନ କରିବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଶୁକ୍ରବାର ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଛି।

ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ସେଥିରେ ଅଧ୍ୟକ୍ଷତା କରିଥିଲେ। ମନ୍ଦିର ପ୍ରଶାସନ ପକ୍ଷରୁ ସିଂହଦ୍ବାର ସମ୍ମୁଖରେ ରାଷ୍ଟ୍ରପତିଙ୍କୁ ସ୍ବାଗତ କରାଯିବ। ଦର୍ଶନ କରି ଫେରିବା ସମୟରେ ଶ୍ରୀଜୀଉଙ୍କ ବେଶ ପଟ୍ଟଚିତ୍ର ସମେତ ଖଣ୍ଡୁଆପାଟ ଉପହାର ଦିଆଯିବ। କୌଳିକ ଯାତ୍ରୀ ପଣ୍ଡାଙ୍କ ସହାୟତାରେ ରାଷ୍ଟ୍ରପତି ଶ୍ରୀଜୀଉଙ୍କୁ ଦର୍ଶନ କରିବେ। ଏହାପରେ ବିମଳା ମନ୍ଦିର ଏବଂ ମହାଲକ୍ଷ୍ମୀ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିବେ। ରାଷ୍ଟ୍ରପତି ଭବନରୁ ବିସ୍ତୃତ ଗସ୍ତ କାର୍ଯ୍ୟକ୍ରମ ମିଳିବା ପରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ। ବୈଠକ ପରେ ମୁଖ୍ୟ ପ୍ରଶାସକ ଶ୍ରୀ ଯାଦବ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ରାଷ୍ଟ୍ରପତି ହେବାପରେ ଶ୍ରୀମତୀ ମୁର୍ମୁଙ୍କ ଏହା ପ୍ରଥମ ପୁରୀ ଗସ୍ତ ହେବ। ତେଣୁ ସେଦିନ ନୀତିକାନ୍ତି ଶୃଙ୍ଖଳିତ କରିବା ପାଇଁ ବୈଠକରେ ସ୍ଥିର କରାଯାଇଛି। ଜିଲାପାଳ ସମର୍ଥ ବର୍ମା, ଆରକ୍ଷୀ ଅଧୀକ୍ଷକ କନୱର ବିଶାଲ ସିଂହ, ଶ୍ରୀମନ୍ଦିର ପ୍ରଶାସକ (ଉନ୍ନୟନ) ଅଜୟ କୁମାର ଜେନା, ପ୍ରଶାସକ (ନୀତି) ଜିତେନ୍ଦ୍ର କୁମାର ସାହୁଙ୍କ ସମେତ ପରିଚାଳନା କମିଟି ସଭ୍ୟ ଏବଂ ବିଭିନ୍ନ ସେବାୟତ ନିଯୋଗ କର୍ମକର୍ତ୍ତା ବୈଠକରେ ଉପସ୍ଥିତ ଥିଲେ।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories