www.samajalive.in
Wednesday, December 10, 2025
17.1 C
Bhubaneswar

ଶ୍ରୀମନ୍ଦିର ଗର୍ଭଗୃହ ଫଟୋ ଭାଇରାଲ ଘଟଣା; ସିଂହଦ୍ୱାର ଥାନା​‌ରେ ଏତଲା

ପୁରୀ: ଶ୍ରୀମନ୍ଦିର ଗର୍ଭଗୃହ ଫଟୋ ଓ ଭିଡିଓ ଭାଇରାଲ ହେବା ଘଟଣାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସିଂହଦ୍ୱାର ଥାନା​‌ରେ ଏତଲା ଦିଆଯାଇଛି । ଭିଡିଓ ଓ ଫଟୋ ଭାଇରାଲ କରିଥିବା ୟୁଟ୍ୟୁବର ଯୁବକଙ୍କ ନାଁରେ ଥାନାରେ ଏତଲା ଦେଇଛନ୍ତି ସୁରକ୍ଷା ପ୍ରଶାସକ । ଯୁବକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରାଯାଇଛି । ସୂଚନା ଥାଉ କି, ଗତକାଲି ସୋସିଆଲ ମିଡ଼ିଆରେ ଶ୍ରୀମନ୍ଦିର ଗର୍ଭଗୃହ ଏବଂ ରତ୍ନ ସିଂହାସନରେ ଶ୍ରୀଜଗନ୍ନାଥଙ୍କ ଫଟୋ ଭାଇରାଲ ହୋଇଥିବା ନେଇ ଜଣାପଡ଼ିଥିଲା । ଏହି ଫଟୋ ଫେସବୁକରେ ପୋଷ୍ଟ କରିଥିଲେ ଆକାଶ ଚୌଧୁରୀ ନାମକ ଜଣେ ଯୁବକ । ଫଟୋ ପୋଷ୍ଟ ସହ ବଙ୍ଗଳା ଭାଷାରେ ଶ୍ରୀଜଗନ୍ନାଥ ଆକାଶ ଲେଖିଥିବା ଦେଖିବାକୁ ମିଳିଥିଲା । ଫଟୋ ଭାଇରାଲ ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ କରାଯାଇଥିଲା । ହେଲେ ବର୍ତ୍ତମାନ ଘଟଣାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସିଂହଦ୍ୱାର ଥାନା​‌ରେ ଏତଲା ଦିଆଯାଇଛି । ଶ୍ରୀମନ୍ଦିର ଭିତରକୁ କିପରି କ୍ୟାମେରା ଗଲା ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories