ପୁରୀ ରଥ ଯାତ୍ରା ପାଇଁ ପ୍ରଥମ ସମନ୍ଵୟ କମିଟି ବୈଠକ ଅନୁଷ୍ଠିତ
ପୁରୀ : ପୁରୀ ରଥ ଯାତ୍ରା ପାଇଁ କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର ଡ଼ାଃ ସୁରେଶ ଚନ୍ଦ୍ର ଦଳେଇଙ୍କ ଅଧ୍ୟକ୍ଷତାରେ ପୁରୀ ପୌର ସଦନରେ ଆଜି ପ୍ରଥମ ସମନ୍ଵୟ କମିଟି ବୈଠକ ଅନୁଷ୍ଠିତ ହୋଇଛି। ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ, ଜିଲ୍ଲାପାଳ ସମର୍ଥ ବର୍ମା, କେନ୍ଦ୍ରାଞ୍ଚଳ ପୁଲିସ ଆଇଜି ନରସିଂହ ଭୋଳ, ଏସପି କନ୍ୱର୍ ବିଶାଳ ସିଂହ , ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ଅଜୟ କୁମାର ଜେନା ଓ ପ୍ରଦୀପ କୁମାର ସାହୁ ପ୍ରମୁଖ ଉପସ୍ଥିତ ଅଛନ୍ତି। ଜୁନ ୨୦ରେ ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା ଅନୁଷ୍ଠିତ ହେବ। ଆଇନ ବିଭାଗ ସଚିବ ଏବଂ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ମଧ୍ୟ ଉପସ୍ଥିତ ଅଛନ୍ତି।
Comments are closed.