www.samajalive.in
Saturday, December 6, 2025
16.1 C
Bhubaneswar

ଶ୍ରୀମନ୍ଦିରରେ ରୁକ୍ମିଣୀ ହରଣ ନୀତି ; ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ଶ୍ରୀମନ୍ଦିରରେ ବୁଧବାର ରୁକ୍ମିଣୀ ହରଣ ନୀତି। ଏହି ନୀତି ପାଇଁ ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ଅପରାହ୍ଣ ୧ଟାରୁ ୫ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଆଜି ହେଉଛି ରୁକ୍ମିଣୀ ହରଣ ଏକାଦଶୀ। ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ। ଶ୍ରୀମନ୍ଦିରରେ ସକାଳ ଧୂପ ପୂଜା ପରେ ମଦନମୋହନ ବେଶ ହୋଇଥାଏ। ଭୋଗ ମଣ୍ଡପ ଶେଷ ପରେ ମଦନମୋହନ ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ପାଇ ଜୟବିଜୟ ଦ୍ୱାରକୁ ବିଜେ କରିବାର ପରମ୍ପରା ରହିଛି। ସକାଳ ଧୂପ ପୂଜା ପରେ ପୂଜାପଣ୍ଡା ଶ୍ରୀଜଗନ୍ନାଥଙ୍କ ଶ୍ରୀଅଙ୍ଗରୁ ଆଜ୍ଞାମାଳ ନେଇ ଶ୍ରୀଦେବୀ ରୁକ୍ମିଣୀଙ୍କୁ ଦେବା ପରେ ସମସ୍ତ ନୀତି ଅନୁଷ୍ଠିତ ହୋଇଥାଏ।
ଏହାସହ ପବିତ୍ର ଦେବସ୍ନାନ ପୂର୍ଣ୍ଣିମାକୁ ଅଳ୍ପ ଦିନ ବାକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଉଛି। ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ମାର୍କେଟ ଛକ କିମ୍ବା ମର୍ଚ୍ଚିକୋଟ ଛକଠାରୁ ଶ୍ରୀମନ୍ଦିର ପର୍ଯ୍ୟନ୍ତ ବ୍ୟାରିକେଡ କରାଯିବ ସହ ବ୍ୟାପକ ପୁଲିସ ମୁତୟନ ରହିବେ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories