www.samajalive.in
Saturday, December 6, 2025
16.1 C
Bhubaneswar

ହରିବୋଲ , ହୁଳହୁଳି ଧ୍ୱନିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର

ପୁରୀ : ଆଜି ଆଷାଢ ଶୁକ୍ଳ ଦ୍ୱିତୀୟା ତିଥି-ପବିତ୍ର ରଥଯାତ୍ରା। ରତ୍ନ ସିଂହାସନ ଛାଡି ବଡଦାଣ୍ଡକୁ ଆସିବେ ଶ୍ରୀଜିଉ। ତିନି ରଥରେ ବିଜେ ହୋଇ ଗୁଣ୍ଡିଚା ମନ୍ଦିରକୁ ଯିବେ ତିନି ଠାକୁର। ଶ୍ରୀଜିଉଙ୍କ ଦର୍ଶନ ପାଇଁ ରଥ, ପଥର ପ୍ରସ୍ତୁତି ଶେଷ ହୋଇ ସାରିଛି। ନିର୍ଦ୍ଧାରିତ ସମୟନୁସାରେ ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି ଆରମ୍ଭ ହେବା ସହ ଧାଡି ପହଣ୍ଡିରେ ତିନି ରଥକୁ ବିଜେ କରୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି। କାହାଳୀ ବାଜିବା ସହ ଆରମ୍ଭ ହୋଇ ସାରିଛି ପହଣ୍ଡି ବିଜେ। ଧାଡି ପହଣ୍ଡିରେ ତିନି ରଥକୁ ବିଜେ କରୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ହୁଳହୁଳି, ହରିବୋଲ ଧ୍ୱନିରେ ସିଂହଦ୍ୱାର ସହ ସମସ୍ତ ଅଞ୍ଚଳ ପ୍ରକମ୍ପିତ ହୋଇଛି। ଦେବଦଳନରେ ବିରାଜମାନ କରିଛନ୍ତି ଶ୍ରୀସୁଦର୍ଶନ। ରଥାରୁଢ ହୋଇଛନ୍ତି ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରା। ଏହି ପବିତ୍ର ରଥଯାତ୍ରା ଅବସରରେ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories