bjd gruha runa

ଶ୍ରୀମନ୍ଦିରରେ ଆଜି ଗହ୍ମା ପୂର୍ଣ୍ଣିମା : ଦୁଇ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା

BJD Bijuli 480×75 Mob

ପୁରୀ : ଆଜି ଶ୍ରୀମନ୍ଦିରରେ ପାଳନ ହେବ ପବିତ୍ର ଗହ୍ମା ପୂର୍ଣ୍ଣିମା। ବଡ଼ ଭାଇ ବଳଭଦ୍ର, ମହାପ୍ରଭୁ ଜଗନ୍ନାଥଙ୍କ ହାତରେ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା। ଗତକାଲି ବିଷ୍ଟି ଯୋଗ ପଡିଥିବାରୁ ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା ପାଳନ କରାଯାଇ ନ ଥିଲା। ଆଜି ଶ୍ରୀମନ୍ଦିରରେ ଉଦୟ ପର୍ବ ଅନୁସାରେ ନୀତି ପାଳନ ହେବ। ଶ୍ରୀବଳଭଦ୍ରଙ୍କ ଜନ୍ମୋତ୍ସବ ଓ ଗହ୍ମାପୂର୍ଣ୍ଣିମା ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହେଇଛି । ସ୍ୱତନ୍ତ୍ର ନୀତିକାନ୍ତି ସହ ମଧ୍ୟାହ୍ଣ ଧୂପରେ ଦେବୀ ସୁଭଦ୍ରା ଦୁଇ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିବାର କାର୍ଯ୍ୟକ୍ରମ ରହିଛି। ପାଟରା ବିଶୋୟୀଙ୍କ ଦ୍ୱାରା ପ୍ରସ୍ତୁତ ସ୍ୱତନ୍ତ୍ର ରାକ୍ଷୀ ଓ ଗୁଆମାଳକୁ ମହାପ୍ରଭୁଙ୍କୁ ସିଂହାରୀ ସେବକମାନେ ଲାଗି କରାଇବେ। ସେହିପରି ଆଜି ଶ୍ରୀମନ୍ଦିରରେ ମଧ୍ୟ ବଳଭଦ୍ରଙ୍କ ଜନ୍ମନୀତି ଅନୁଷ୍ଠିତ ହେବ। ଶ୍ରୀବଳଭଦ୍ରଙ୍କ ପାଇଁ ସବୁଜ ଓ ବାଇଗଣି ରଙ୍ଗର ଦୁଇଟି, ଏଭଳି ଚାରିଟି ଗୁଆମାଳ ବି ପ୍ରସ୍ତୁତ ହୋଇଛି। ଦ୍ୱିପହର ଧୂପ ପରେ ମଙ୍ଗଳାର୍ପଣ କରାଯାଇ ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହେବାସହ ଚକ୍ରରାଜ ସୁଦର୍ଶନ ବିମାନରେ ମାର୍କଣ୍ଡ ପୁଷ୍କରଣୀକୁ ବିଜେ କରିବେ ବୋଲି ଜଣାପଡ଼ିଛି।

Comments are closed.