www.samajalive.in
Friday, December 5, 2025
26.1 C
Bhubaneswar

ରତ୍ନ ଭଣ୍ଡାର ମୂଲ୍ୟବାନ୍ ବସ୍ତୁ ଓ ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ ପାଇଁ କମିଟି ଗଠନ

ପୁରୀ : ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନ ଭଣ୍ଡାର ମୂଲ୍ୟବାନ୍ ବସ୍ତୁ ଓ ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ ପାଇଁ ମୁଖ୍ୟମନ୍ତ୍ରୀ କମିଟି ଗଠନ କରିଛନ୍ତି। ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଗୁରୁବାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଏହି କମିଟି ରତ୍ନ ଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଏବଂ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତି କାର୍ଯ୍ୟ ତଦାରଖ କରିବେ।
ଏହି କମିଟିରେ ଅଧ୍ୟକ୍ଷଙ୍କ ସହିତ ୧୨ ଜଣ ସଦସ୍ୟ ଅଛନ୍ତି। ଏହି କମିଟିରେ ଥିବା ଅନ୍ୟ ସଦସ୍ୟମାନେ ହେଲେ ପ୍ରସିଦ୍ଧ ହୃଦରୋଗ ବିଶେଷଜ୍ଞ ଡ. ରମାକାନ୍ତ ପଣ୍ଡା, ଉପାଧ୍ୟକ୍ଷ ଡ. ବିଧୁଭୁଷଣ ସାମଲ, ଆଲ୍ଲାହାବାଦ ବ୍ୟାଙ୍କର ପୂର୍ବତନ ସିଏମଡି ଶ୍ରୀ ଏ.କେ. ସାବତ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ, ପୁରୀ ଗଜପତି ମହାରାଜା ତଥା ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଶ୍ରୀ ଦିବ୍ୟସିଂହ ଦେବଙ୍କ ପ୍ରତିନିଧି ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ପ୍ରତିନିଧି ଶ୍ରୀ ଦୁର୍ଗାପ୍ରସାଦ ଦାସ ମହାପାତ୍ର, ସେବକ ପ୍ରତିନିଧି, ଶ୍ରୀ ମାଧବ ଚନ୍ଦ୍ର ମହାପାତ୍ର, ସେବକ ପ୍ରତିନିଧି ଶ୍ରୀ ଜଗନ୍ନାଥ କର , ସେବକ ପ୍ରତିନିଧି ଶ୍ରୀ ଗଣେଶ ମେକାପ, ଭଣ୍ଡାର ମେକାପ ସେବକ ଏବଂ ପୁରୀ ଜିଲ୍ଲାପାଳ ତଥା ଶ୍ରୀ ଜଗନ୍ନାଥ ମନ୍ଦିରର ଉପମୁଖ୍ୟ ପ୍ରଶାସକ, ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ସଦସ୍ୟ ଆବାହକ ଭାବରେ କାର୍ଯ୍ୟ କରିବେ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories