www.samajalive.in
Monday, December 8, 2025
17.1 C
Bhubaneswar

ପଞ୍ଜିକା ସମନ୍ବୟ ସମ୍ବନ୍ଧୀୟ ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ, ବିଭ୍ରାନ୍ତିକର ତଥ୍ୟ ଦେଲେ କାର୍ଯ୍ୟାନୁଷ୍ଠାନ

ପୁରୀ: ପଞ୍ଜିକା ସମନ୍ବୟ ନେଇ ମଙ୍ଗଳବାର ଚାଲିଥିବା ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି। ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ୨୦୨୫-୨୬ ବର୍ଷ ପାଇଁ ପଞ୍ଜିକା ସମୀକରଣ ବୈଠକରେ ନିର୍ଭୁଲ ଓ ତ୍ରୁଟିବିହୀନ ପଞ୍ଜିକା ଉପରେ ଗୁରୁତ୍ୱ ଦିଆଯାଇଛି। ବୈଠକରେ ୫ଟି ପଞ୍ଜିକା ପ୍ରକାଶକ ଯୋଗ ଦେଇଥିଲେ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି।

ମୁଖ୍ୟ ପ୍ରଶାସକ କହିଛନ୍ତି, ଶ୍ରୀମନ୍ଦିର ସମ୍ବନ୍ଧୀୟ ଯାନିଯାତ୍ରା ନେଇ ସହମତି ପ୍ରକାଶ ପାଇଛି। ବିଶେଷକରି ୫ଟି ପଞ୍ଜିକାର ପାଣ୍ଡୁଲିପିକୁ ନେଇ ଆଲୋଚନା ହୋଇଛି। ଶ୍ରୀଜୀଉଙ୍କ ନୀତିକାନ୍ତି ତିଥି ନେଇ ସମସ୍ତେ ସହମତ ହୋଇଛନ୍ତି। ତେବେ କେହି ଭୁଲ୍‌ ତଥ୍ୟ ଦେବେନାହିଁ, ସେନେଇ ଚିଠା ଅନୁମୋଦିତ ହୋଇଛି। ରାଧାରମଣ, କୋହିନୂର, ଅରୁଣଦୋୟ, ଭାଗ୍ୟଦୀପ, ଜିଏନ୍‌ ତ୍ରିପାଠୀ ପଞ୍ଜିକା ପାଣ୍ଡୁଲିପି ଦାଖଲ କରିଛନ୍ତି ବୋଲି କହିଛନ୍ତି ଅରବିନ୍ଦ ପାଢୀ। ସେ ଆହୁରି କହିଛନ୍ତି, ସହମତି ପ୍ରକାଶ ପରେ ଯଦି କେହି ବିଭ୍ରାନ୍ତିକର ତଥ୍ୟ ଦିଅନ୍ତି, ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଭୁଲ ରହିଲେ ଶ୍ରୀମନ୍ଦିର ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସମସ୍ତ ଜନସାଧାରଣ ଏହି ପାଞ୍ଚୋଟି ପଞ୍ଜିକାକୁ ଗ୍ରହଣ କରିବେ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories