www.samajalive.in
Friday, December 5, 2025
26.1 C
Bhubaneswar

ଶ୍ରୀମନ୍ଦିର ଖୋଲିବା ପୂର୍ବରୁ ସ୍ଥତି ଅନୁଧ୍ୟାନ କଲେ ୫-ଟି ସଚିବ ଭିକେ ପାଣ୍ଡିଆନ

ପୁରୀ: ଶ୍ରୀମନ୍ଦିର ଖୋଲିବା ପୂର୍ବରୁ ପୁରୀ ଯାଇ ସ୍ଥିତି ଅନୁଧ୍ୟାନ କରୁଛନ୍ତି ୫-ଟି ସଚିବ ଭିକେ ପାଣ୍ଡିଆନ। ଆସନ୍ତା ୨୩ ତାରିଖରୁ ପୁରୀ ଜଗନ୍ନାଥ ମନ୍ଦିର ଖୋଲୁଥିବା ବେଳେ ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା ଓ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ୫-ଟି ସଚିବ ଭି. କେ. ପାଣ୍ଡିଆନ। ତାଙ୍କ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର, ଉନ୍ନୟନ କମିସନର ସୁରେଶ ମହାପାତ୍ର, ପୁରୀ ଜିଲ୍ଲାପାଳ ଓ ଏସପି ମଧ୍ୟ ଉପସ୍ଥିତ ଥିଲେ।

- Advertisement -

ଏହାଛଡ଼ା ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ବିକାଶ ଓ ହେରିଟେଜ୍ କରିଡରର ଉନ୍ନତିକରଣ କାର୍ଯ୍ୟ ବୁଲି ଦେଖିଛନ୍ତି। ଶ୍ରଦ୍ଧାଳୁଙ୍କ ପାଇଁ ମନ୍ଦିର ଖୋଲୁଥିବାରୁ ମନ୍ଦିର ଚାରିପଟ ଓ ଐତିହ୍ୟସ୍ଥଳର ସଫେଇ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ କୁହାଯାଇଛି। ଏହାଛଡ଼ା ୨୦ ମିଟର ଚଉଡ଼ା ବିଶିଷ୍ଟ ଆଉଟର ରିଙ୍ଗରୋଡ଼ ନିର୍ମାଣ କାର୍ଯ୍ୟ ଅଗ୍ରଗତି ନେଇ ମଧ୍ୟ ସମୀକ୍ଷା କରିଛନ୍ତି ୫-ଟି ସଚିବ ।

ସୂଚନା ଅନୁଯାୟୀ, ୨୩ରୁ ଶ୍ରୀମନ୍ଦିର ସମେତ ଜିଲ୍ଲାର ସମସ୍ତ ର୍ଧମାନୁଷ୍ଠାନ ଖୋଲିବାକୁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି।  କୋଭିଡ୍ କଟକଣା ମାନି ଶ୍ରଦ୍ଧାଳୁ ଦର୍ଶନ କରିବେ। ପ୍ରଥମ ଦୁଇ ଦିନ ଅର୍ଥାତ ୨୩ ଓ ୨୪ ତାରିଖ ଦୁଇ ଦିନ ସେବାୟତଙ୍କ ପରିବାରକୁ ମହାପ୍ରଭୁଙ୍କୁ ଦର୍ଶନ ଅନୁମତି ମିଳିବ ବୋଲି ଜିଲ୍ଲାପାଳ ସୂଚନା ଦେଇଥିଲେ। ଏହି ଦୁଇ ଦିନ ପରେ ପୁରୀ ସହରବାସୀଙ୍କୁ ଦର୍ଶନ ସୁବିଧା ମିଳିବ। ସକାଳୁ ସନ୍ଧ୍ୟାଯାଏ ବିଭିନ୍ନ ୱାର୍ଡ ବାସିନ୍ଦାଙ୍କୁ ପର୍ଯ୍ୟାୟକ୍ରମେ ମହାପ୍ରଭୁଙ୍କ ଦର୍ଶନ ଲାଗି ଅନୁମତି ମିଳିବ ବୋଲି ଜିଲ୍ଲାପାଳ କହିଥିଲେ।

ନୂଆବର୍ଷରେ ଭିଡ଼ ବଢ଼ିବା ଆଶଙ୍କା ଥିବାରୁ ଜାନୁଆରି ୧ ଓ ୨ ତାରିଖରେ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ବନ୍ଦ ରଖାଯିବ। ଜାନୁଆରି ୩ରୁ ପୁରୀ ସହ ଜିଲ୍ଲା ତଥା ରାଜ୍ୟ ବାହାର ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ଦୈନିକ ୫ ହଜାର ଭକ୍ତଙ୍କୁ ଦର୍ଶନ ସୁଯୋଗ ମିଳିବ। ସପ୍ତାହେ ଧରି ଅର୍ଥାତ୍‌ ଜାନୁଆରି ୩ରୁ ୧୦ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷାମୂଳକ ଦର୍ଶନ ଚାଲିବ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories