www.samajalive.in
Sunday, December 7, 2025
23.1 C
Bhubaneswar

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ; ଅହରାହ୍ନ ୪ଟାରୁ ରାତି ୮ଟା ଦର୍ଶନ ବନ୍ଦ

ପୁରୀ : ପୁରୀ ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି। ଏହି କାରଣରୁ ଅହରାହ୍ନ ୪ଟାରୁ ରାତି ୮ଟା ଯାଏଁ ସର୍ବସାଧାରଣ ପାଇଁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ। ଏହାମହାପ୍ରଭୁଙ୍କ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ।
ପରମ୍ପରା ବିଧି ଅନୁଯାୟୀ ବୁଧବାର ଶ୍ରୀଜିଉଙ୍କର ବନକଲାଗି ବା ଶ୍ରୀମୁଖ ଶିଙ୍ଗାର ନୀତି ଅନୁଷ୍ଠିତ ହେବ।  ମହାପ୍ରଭୁ ଶ୍ରୀଜଗନ୍ନାଥ, ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା, ଶ୍ରୀ ସୁଦର୍ଶନଙ୍କର ପ୍ରାକୃତିକ ରଙ୍ଗରେ  ଶିଙ୍ଗାର ସମ୍ପନ୍ନ କରାଯିବ।
ଏହା ଅତ୍ୟନ୍ତ ଗୁପ୍ତ ସେବା ହୋଇଥିବାରୁ ଏହି ସମୟରେ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନଙ୍କ ସୂଚନା ଅନୁସାରେ ଅପରାହ୍ନ ୪ଟା ରୁ ୮ଟା ଦୀର୍ଘ ଚାରି ଘଣ୍ଟା ଧରି ଦର୍ଶନ ବନ୍ଦ ରହିବ।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories