www.samajalive.in
Monday, December 8, 2025
14.1 C
Bhubaneswar

ଆଜି ପବିତ୍ର ପୌଷ ପୂର୍ଣ୍ଣିମା ; ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି

ପୁରୀ : ଆଜି ହେଉଛି ପବିତ୍ର ପୌଷ ପୂର୍ଣ୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅନନ୍ୟ ପୂଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଘିଅ ମିଶ୍ରିତ ୧୦୮ ଗରା ଜଳରେ ସ୍ନାନ ପରେ ଚନ୍ଦନ ଲାଗି ଓ ସ୍ୱତନ୍ତ୍ର ନୀତି କରାଯିବ। ଶ୍ରୀଜିଉ ରତ୍ନସିଂହାସନ ଉପରେ ବିଭିନ୍ନ ପ୍ରକାର ସ୍ୱର୍ଣ୍ଣ ଅଳଙ୍କାର ପରିଧାନ କରି ରାଜାରାଜେଶ୍ୱର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ।
ଶାସ୍ତ୍ର ଅନୁସାରେ, ମର୍ୟ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଚନ୍ଦ୍ର ଏହି ଦିନ ୧୪ ବର୍ଷ ବନବାସରୁ ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରିବା ପରେ ରାଜ୍ୟ ଭାର ଗ୍ରହଣ କରିବା ପୂର୍ବରୁ ତାଙ୍କର ରାଜାଭିଷେକ ଉତ୍ସବ ଅନୁଷ୍ଠିତ ହୋଇଥିଲା। ପ୍ରଭୁ ଜଗନ୍ନାଥଙ୍କୁ ଶ୍ରୀରାମଙ୍କ ଅବତାର ମଧ୍ୟ କୁହାଯାଏ। ତେଣୁ ଶ୍ରୀମନ୍ଦିରରେ ରାମଙ୍କ ରୂପରେ ଶ୍ରୀଜିଉଙ୍କ ଅଭିଷେକ ନୀତି କରାଯାଇଥାଏ।
ଆଜି ମହାରାଜ ଦିବ୍ୟସିଂହ ଦେବଙ୍କ ପୁଷ୍ୟାଭିଷେକ ନୀତି, ଶାସ୍ତ୍ରୀୟ ପୂଜା ପରେ ଗଜପତି ମହାରାଜାଙ୍କ ଅଭିଷେକ କରାଯିବ।
ଆଜି ମହୋଦଧି ଆଳତୀ। ଜଗତଗୁରୁ ଶଙ୍କରାଚାର୍ଯ୍ୟ ଓ ସ୍ୱାମୀ ନିଶ୍ଚିଳାନନ୍ଦ ସରସ୍ୱତୀ ସନ୍ଧ୍ୟାରେ ମହୋଦଧି ଆଳତୀ କରିବେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories