www.samajalive.in
Sunday, December 14, 2025
26.1 C
Bhubaneswar

ଶ୍ରୀମନ୍ଦିରରେ ନାବାଳିକାଙ୍କୁ ଦୁର୍ବ୍ୟବହାର, ସେବକ ଗିରଫ

ପୁରୀ: ଶ୍ରୀମନ୍ଦିରରେ ନାବାଳିକାଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ ଶନିବାର ଜଣେ ସେବକଙ୍କୁ ଗିରଫ କରିଛି ପୁଲିସ। ଅଭିଯୁକ୍ତଙ୍କ ନାମ ସଂଗ୍ରାମ କେଶରୀ ଦାଶ (୨୭) ଏବଂ ଘର ଚନ୍ଦନପୁର ନିକଟସ୍ଥ ତୁଳସୀଚଉରା ଗ୍ରାମରେ। ଶ୍ରୀମନ୍ଦିର ବୁଦ୍ଧିବାମନ ମନ୍ଦିରରେ ସେ ପୂଜକ ଭାବେ କାର୍ଯ୍ୟ କରନ୍ତି। ହାଇଦରାବାଦର ଜନୈକା ନାବାଳିକା ଶୁକ୍ରବାର ସମ୍ପର୍କୀୟଙ୍କ ସହ ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଯାଇଥିଲେ। ବୁଦ୍ଧିବାମନ ମନ୍ଦିରରେ ସଂଗ୍ରାମ କେଶରୀ ତାଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ନାବାଳିକା ଏହି ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇଥିଲେ। ଅଭିଯୋଗକୁ ଭିତ୍ତିକରି ସିଂହଦ୍ବାର ଥାନା ପୁଲିସ ଭାରତୀୟ ଦଣ୍ଡବିଧି ଆଇନର ଦଫା ୩୫୪ ସମେତ ଶିଶୁ ଯୌନ ଅପରାଧ (ପୋକ୍‌ସୋ) ଆଇନର ବିଭିନ୍ନ ଦଫାରେ ମୋକଦ୍ଦମା ରୁଜୁ କରିଛି। ଅଭିଯୁକ୍ତଙ୍କୁ ଶନିବାର ଗିରଫ କରାଯାଇଛି।

ଉପଖଣ୍ଡ ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କ ଅଦାଲତରେ ତାଙ୍କୁ ହାଜର କରାଯାଇଥିଲା। ଅଦାଲତ ତାଙ୍କୁ ୧୪ଦିନ ପାଇଁ ବିଚାର ବିଭାଗୀୟ କାରାଗାର ହାଜତକୁ ପଠାଇଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଯାଇଥିବା ଜଣେ ନାବାଳିକାଙ୍କୁ ଦୁର୍ବ୍ୟବହାର କରାଯିବା ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି। ଏହାପୂର୍ବରୁ ଶ୍ରୀମନ୍ଦିର ନାଟମଣ୍ଡପରେ ବ୍ରହ୍ମପୁରର ଜଣେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ ହୋଇଥିଲା। ଯୁବତୀଙ୍କ ଅଭିଯୋଗକୁ ଭିତ୍ତିକରି ପୁଲିସ ଜଣେ ସେବାୟତଙ୍କୁ ଗିରଫ କରିଥିଲା।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories