ପୁରୀ : ଆସନ୍ତାକାଲି ମାର୍ଗଶୀର କୃଷ୍ଣ ପଞ୍ଚମୀ ତିଥି। ଏହି ତିଥିରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ନୀତି ଗୁପ୍ତ ନୀତି ହୋଇଥିବାରୁ ଅପରାହ୍ନ ୪ ଟାରୁ ସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଗୁପ୍ତ ନୀତି ହୋଇଥିବାରୁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଛି। ଦ୍ୱିତୀୟ ଭୋଗମଣ୍ଡପ ପରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ।



