www.samajalive.in
Monday, December 8, 2025
17.1 C
Bhubaneswar

ଥାନାରେ ପହଞ୍ଚିଲା ଚୁଲି ଭଙ୍ଗା ମାମଲା

ପୁରୀ: ଶ୍ରୀମନ୍ଦିର ରୋଷଘରେ ଚୁଲି ଭଙ୍ଗା ଘଟଣା । ଘଟଣାକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଥାନାରେ ଏତଲା ଦିଆଯାଇଛି । ଏତଲାରେ ଅଭିଯୁକ୍ତକୁ ଧରିବା ସହ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରାଯାଇଛି । ଏନେଇ ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ସୂଚନା ମୁତାବକ ଗତ ଶନିବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ଶ୍ରୀମନ୍ଦିର ରୋଷଘରେ ପଶିବା ସହ ଅନେକ ଚୁଲି ଭାଙ୍ଗି ଦେଇଥିଲେ । ଏଥିଯୋଗୁଁ ସୁଆର ସେବକଙ୍କ ମଧ୍ୟରେ ଅସନ୍ତୋଷ ଏବଂ ଉତ୍ତେଜନା ପ୍ରକାଶ ପାଇଥିଲା । ଶ୍ରୀମନ୍ଦିର ପ୍ରଶାସନ ଏବଂ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲେ । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି କୌଣସି ସୁଆର ସେବକ ଚୁଲି ଭାଙ୍ଗିଥିବା ଆଶଙ୍କା କରାଯାଉଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories