www.samajalive.in
Sunday, December 14, 2025
26.1 C
Bhubaneswar

ଶ୍ରୀଜୀଉଙ୍କୁ ଦର୍ଶନ କଲେ ଗଜପତି ମହାରାଜ , ନୂଆବର୍ଷ ପାଇଁ ସଜେଇ ହୋଇଛି ଶ୍ରୀମନ୍ଦିର

ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଗଜପତି ମହାରାଜ ଦିବ୍ୟ ସିଂହ ଦର୍ଶନ କରିଛନ୍ତି। ଦକ୍ଷିଣ ଦ୍ୱାର ଦେଇ ଗଜପତି ମହାରାଜ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥିଲେ। ମହାରାଜ ନିଜ ଝିଅ, ଜ୍ୱାଇଁ, ନାତୁଣୀ, ସମୁଦି ଓ ସମୁଦୁଣୀଙ୍କ ସହ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ଏତଦ ବ୍ୟତୀତ ନୂଆ ବର୍ଷକୁ ଆଉ ଗୋଟିଏ ଦିନ ବାକି ରହିଛି। ଏଥିପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହେବା ସହ ସଜେଇ ହୋଇଛି। ଧୀରେ ଧୀରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବା ସହ ନବବର୍ଷରେ ମହାପ୍ରଭୁଙ୍କୁ ଦର୍ଶନ କରିବା ଲାଗି ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ଏଥିପାଇଁ ବ୍ୟାପକ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଶ୍ରୀମନ୍ଦିର ଚୌହଦୀ ୭୫ ମିଟର ଉଚ୍ଛେଦ କରାଯିବା ପରେ ମେଘନାଦ ପାଚେରୀ ଚାରି ପାଖରେ ଗଛ ଲଗାଯାଇଥିବା ବେଳେ ରାତିରେ ରଙ୍ଗବେରଙ୍ଗର ଆଲୋକରେ ମେଘନାଦ ପାଚେରୀକୁ ସଜାଯାଇଛି। ଶୃଙ୍ଖଳିତ ଦର୍ଶନ ପାଇଁ ସିଂହଦ୍ୱାର ସମ୍ମୁଖରେ ବ୍ୟାରିକେଡ଼ ବ୍ୟବସ୍ଥା କରାଯାଇଛି। ଏହାସହ ୬୦ ରୁ ଅଧିକ ପୁଲିସ ଫୋର୍ସ , ୨୭୬ ଜଣ ଅଧିକାରୀ ମୁତୟନ କରାଯାଇଛି ବୋଲି ଜଣାପଡ଼ିଛି। ବିଶେଷ କରି ସୌନ୍ଦର୍ଯ୍ୟକରଣ ଉପରେ ସ୍ୱତନ୍ତ୍ର ଧ୍ୟାନ ଦିଆଯାଉଛି। ଭକ୍ତମାନେ ଯେପରି ଶୃଙ୍ଖଳିତ ଦର୍ଶନ କରିବେ ସେ ନେଇ ମଧ୍ୟ ବ୍ୟାପକ ବ୍ୟବସ୍ଥା କରାଯାଇଛି।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories