www.samajalive.in
Saturday, December 6, 2025
26.1 C
Bhubaneswar

ଶହୀଦ ଜୟୀ ରାଜଗୁରୁଙ୍କ ଜୟନ୍ତୀ ପାଳିତ

ପୁରୀ : ଶହୀଦ ଜୟୀ ରାଜଗୁରୁଙ୍କ ଜୟନ୍ତୀ ଅବସରରେ ଆଜି ବିନମ୍ର ଶ୍ରଦ୍ଧା ସୁମନ ଅର୍ପଣ କରାଯାଇଛି। ଜିଲ୍ଲା ପ୍ରଶାସନ,ସୂଚନା ଓ ଲୋକ ସମ୍ପର୍କ ବିଭାଗ,ଶହୀଦ ଜୟୀ ରାଜଗୁରୁ ସ୍ମୃତି ପରିଷଦ ଓ ଗୋପୀନାଥ ଦେବସ୍ଥାନ ସମିତିର ମିଳିତ ସହଯୋଗରେ ଜୟୀ ରାଜଗୁରୁଙ୍କ ଜନ୍ମ ସ୍ଥାନ ବୀର ହରେକୃଷ୍ଣପୁର ଗ୍ରାମରେ ପୁରୀ ବିଧାୟକ ଶ୍ରୀ ଜୟନ୍ତ ଷଡ଼ଙ୍ଗୀ, ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ,ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶ୍ରୀ ପ୍ରଦୀପ କୁମାର ସାହୁ ପ୍ରମୁଖ ମାଲ୍ୟାର୍ପଣ କରିଥିଲେ। ଜୟୀ ରାଜଗୁରୁଙ୍କ ସ୍ମୃତି ପୀଠର ବିକାଶ ସମ୍ପର୍କରେ ସମିତି ପକ୍ଷରୁ ଜିଲ୍ଲାପାଳଙ୍କୁ ଅନୁରୋଧ କରାଯାଇଥିଲା। ପରେ ବୀର ହରେକୃଷ୍ଣ ମାର୍କେଟ ଛକରେ ସ୍ଥାପିତ ଜୟୀ ରାଜଗୁରୁଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇଥିଲା। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ସେଠୀ, ସଂସ୍କୃତି ଅଧିକାରୀ ଶ୍ରୀ ହେମନ୍ତ କୁମାର ବେହେରା, ଶହୀଦ ଜୟୀ ରାଜଗୁରୁ ସ୍ମୃତି ପରିଷଦ ଓ ଗୋପୀନାଥ ଦେବସ୍ଥାନ ସମିତିର ସଦସ୍ୟ ପ୍ରମୁଖ ଜୟନ୍ତୀ କାର୍ୟ୍ୟକ୍ରମରେ ଯୋଗ ଦେଇଥିଲେ।

Hot this week

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

Related Articles

Popular Categories