www.samajalive.in
Friday, December 5, 2025
20.1 C
Bhubaneswar

ଜାନୁଆରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା

ପୁରୀ : ଜାନୁଆରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା କରାଯିବ। ୧୭ ତାରିଖରେ ପ୍ରତିଷ୍ଠା ହେବା ନେଇ ଶୁକ୍ରବାର ଗଜପତି ମହାରାଜ ଦିବ୍ୟ ସିଂହ ଦେବଙ୍କ ପକ୍ଷରୁ ସୂଚନା ମିଳିଛି। ଆଜି ସକାଳେ ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି। ଶ୍ରୀ ସେତୁ, ଜଗନ୍ନାଥ ବଲ୍ଲଭ ପାର୍କିଂ କାର୍ଯ୍ୟ ମଧ୍ୟ ଅନୁଧ୍ୟାନ କରିଛନ୍ତି। ଜାନୁଆରୀ ୧୭ ରୁ ୫ ଦିନ ପୂଜାର୍ଚ୍ଚନା ମଧ୍ୟ କରାଯିବ।

ସୂଚନା ଯୋଗ୍ୟ,  ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍ ଗତ ଶନିବାର ବଡିଭୋରରୁ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ଭୋର୍ ୪ ରୁ ୬ପର୍ଯ୍ୟନ୍ତ ଏହି ସମୀକ୍ଷା ଚାଲିଥିଲା। ନୂଆ ଦାୟିତ୍ଵ ଗ୍ରହଣ ପରେ ଶ୍ରୀ ପାଣ୍ଡିଆନ୍ ପ୍ରଥମଥର ପାଇଁ ଏହି ସମୀକ୍ଷା କରିଥିଲେ।

- Advertisement -

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ଡିସେମ୍ବର ୧୫ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଏହା ନୂଆବର୍ଷରେ ଭକ୍ତ ମାନଙ୍କୁ ନୂଆ ଅନୁଭବ ଦେବ ବୋଲି ସେ ମତ ବ୍ୟକ୍ତ କରିଥିଲେ।

ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ। ପରିକ୍ରମା ପ୍ରକଳ୍ପ କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ ଓ ସେ ଶ୍ରୀମନ୍ଦିର ଚାରି ଦ୍ଵାର କାମ ମଧ୍ୟ ବୁଲି ଦେଖିଥିଲେ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories