www.samajalive.in
Sunday, December 7, 2025
14.1 C
Bhubaneswar

ପୁରୀ ଶ୍ରୀମନ୍ଦିର ଅବଢାର ମାନ ଯାଞ୍ଚ ହେବ- ଆଇନମନ୍ତ୍ରୀ

ପୁରୀ : ପୁରୀ ଶ୍ରୀମନ୍ଦିର ଅବଢାର ମାନ ଯାଞ୍ଚ ହେବ। ଶୁକ୍ରବାର ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ରୋଷ ଘରକୁ ଯାଉଥିବା ସାମଗ୍ରୀ ଓ ବାହାରୁଥିବା ଅବଢାର ମାନ ଯାଞ୍ଚ ହେବ। ଫୁଡ୍‌ ଇନ୍ସପେକ୍ଟର ନିଯୁକ୍ତି ପାଇଁ ସ୍ୱାସ୍ଥ୍ୟ ବିଭାଗ ସହ ଆଲୋଚନା ସରିଛି । କେବଳ ଅବଢା ନୁହେଁ, ଘିଅର ମଧ୍ୟ ମାନ ଯାଞ୍ଚ କରାଯିବ ।ବାଲାଜୀ ମନ୍ଦିର ଭଳି ଘଟଣା ଘଟିବା ପୂର୍ବରୁ ସଜାଗ ହେବାକୁ ପଡିବ । ଶ୍ରୀଜଗନ୍ନାଥ ମନ୍ଦିରରେ ଏହା କରିବାକୁ ଦେବୁନୁ ବୋଲି ମନ୍ତ୍ରୀ କହିଛନ୍ତି ।

ଆଇନ ମନ୍ତ୍ରୀ ବୁଧବାର ସୂଚନା ଦେଇଥିଲେ, ଶ୍ରୀମନ୍ଦିରରେ ଫୁଡ୍‌ ଅଫିସର୍‌ ନିଯୁକ୍ତି ହେବେ । ଅଫିସର୍‌ମାନେ ମହାପ୍ରସାଦ, ଶୁଖିଲା ଭୋଗର ମାନ ଯାଞ୍ଚ କରିବେ । ଏହାସହ ଶ୍ରୀମନ୍ଦିରରେ ବ୍ୟବହାର ହେଉଥିବା ଭୋଗ ସାମଗ୍ରୀ ଓ ଘିଅର ଶୁଦ୍ଧତା ମଧ୍ୟ ଯାଞ୍ଚ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଖୁବ୍‌ ଶୀଘ୍ର ମାର୍ଗଦର୍ଶିକା ଜାରି ହେବ।

ମାତ୍ର ୧୪ ଦିନ ପରେ ଏହି ରାଶି ହେବେ ଭାଗ୍ୟଶାଳୀ: ବୁଧ ଚଳନ ପରେ ଚମକିବ ଭାଗ୍ୟ, ମିଳିବ ଧନ,ବ୍ୟବସାୟରେ ଉନ୍ନତି..

- Advertisement -

ଏହାପୂର୍ବରୁ ସେପ୍ଟେବରରେ ୨୪ରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୋଠ ଭୋଗ, ବରାଦି ଭୋଗ ଓ ଅନ୍ୟାନ୍ୟ ଭୋଗରେ ବ୍ୟବହୃତ ହେଉଥିବା ଘିଅର ମାନ ଯାଞ୍ଚ ହେବ ବୋଲି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ମଙ୍ଗଳବାର ସୂଚନା ଦେଇଥିଲେ। ଏନେଇ ଓମ୍‌ଫେଡ୍‌ ଓ ଅନ୍ୟ ସଂସ୍ଥା ସହ ଆଲୋଚନା କରିବୁ । ଏକ ମାନକଯୁକ୍ତ ଘିଅ ଯୋଗାଣ ନେଇ ଆମେ ଆଲୋଚନା କରିବୁ । ଆବଶ୍ୟକ ପଡିଲେ ମହାପ୍ରସାଦ ଓ ଦୀପରେ ବ୍ୟବହୃତ ଘିଅ ମାନ ଯାଞ୍ଚ ହେବ ବୋଲି ଜିଲ୍ଲାପାଳ କହିଥିଲେ।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories