www.samajalive.in
Saturday, December 6, 2025
26.1 C
Bhubaneswar

ଶ୍ରୀମନ୍ଦିର ନାଟମଣ୍ଡପ ମରାମତି ; ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ

ପୁରୀ : ଶ୍ରୀମନ୍ଦିର ନାଟମଣ୍ଡପ ମରାମତି ପାଇଁ ପ୍ରସ୍ତୁତ ହେବ ଏସ୍‌‌ଓପି। ଏନେଇ ଆଜି ଅପରାହ୍ଣରେ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ଶ୍ରୀମନ୍ଦିର ପ୍ରଶାସନ,ଏଏସଆଇ ଓ ସେବାୟତଙ୍କୁ ନେଇ ଏହି ବୈଠକ ହେବ। କେତେବେଳେ ମରାମତି କାର୍ଯ୍ୟ ହେବ ସେନେଇ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହେବ। କେତେବେଳେ କାମ ହେବ ତାହା ସ୍ଥିର କରାଯିବା ସହ ସ୍ୱତନ୍ତ୍ର ବାରିକେଡ୍‌‌ ହେବ। ଭାରା ଓ ମଞ୍ଚା ବନ୍ଧାଯିବା ପରେ ମରାମତି କାମ ଆରମ୍ଭ ହେବ। ମରାମତି ପ୍ରକ୍ରିୟା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଆଜି ମରାମତି କାର୍ଯ୍ୟ ଆରମ୍ଭ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାର୍ଯ୍ୟ ଆଜି (ମଙ୍ଗଳବାର)ଠାରୁ ଆରମ୍ଭ ହେବ। ଏ ନେଇ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍‌ଆଇ)କୁ ଉଚ୍ଚ ନ୍ୟାୟାଳୟ ନିର୍ଦେଶ ଦେଇଛନ୍ତି। ମରାମତି କାର୍ଯ୍ୟର ଅଗ୍ରଗତି ନେଇ ପ୍ରତି ୧୫ ଦିନରେ ଅଦାଲତ ମିତ୍ର (ଆମିକସ୍‌କ୍ୟୁରୀ) ସତ୍ୟପାଠ ଜରିଆରେ ଅଦାଲତଙ୍କୁ ରିପୋର୍ଟ ପ୍ରଦାନ କରିବେ। ମନ୍ଦିର ପ୍ରଶାସନ ଏଏସ୍‌ଆଇକୁ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦେବେ। ଭକ୍ତମାନେ ଯେପରି ମହାପ୍ରଭୂଙ୍କ ଦର୍ଶନ ସହଜରେ କରିପାରିବେ ସେଥିପ୍ରତି ଧ୍ୟାନ ଦେବାକୁ ଉଚ୍ଚ ନ୍ୟାୟାଳୟ ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦେଶ ଦେଇଛନ୍ତି।

Hot this week

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

Related Articles

Popular Categories