www.samajalive.in
Friday, December 5, 2025
20.1 C
Bhubaneswar

ନରେନ୍ଦ୍ର ପୁଷ୍କରିଣୀରେ ବୁଡି ୨ ଯୁବକ ମୃତ

ପୁରୀ : ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବୁଡି ମଙ୍ଗଳବାର ୨ ଯୁବକଙ୍କ ମୃତ୍ୟୁ ଘଟିଛି । ଗାଧୋଇବା ବେଳେ ବୁଡି ଯାଇ ୨ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଗଞ୍ଜାମ ଜିଲା କୁକୁଡାଫାଣ୍ଡି ଅଞ୍ଚଳର ରାଜକିରଣ ଶତପଥୀ (୨୩) ଓ ତାଙ୍କ ପିଉସୀ ପୁଅ ଭାଇ ନଳିନୀକାନ୍ତ ତ୍ରିପାଠୀ(୨୭) ଇଚ୍ଛାପୁରମ୍‌ ଅଞ୍ଚଳର । ଖବର ପାଇ ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଥିଲେ ।
ଉଭୟ ପରିବାର ସହ ଶ୍ରାଦ୍ଧ ପାଇଁ ଆସିଥିବା ବେଳେ ନରେନ୍ଦ୍ର ପୁଷ୍କରିଣୀରେ ଗାଧୋଇବା ସମୟରେ ଗୋଡ ଖସି ଯାଇଥିଲା । ସେହି ସମୟରେ ସେଠାରେ ସ୍ଥାନୀୟ ଲୋକେ ନଥିଲେ, ଫଳରେ ସେମାନେ ପାଣି ଭିତରକୁ ଚାଲି ଯାଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚିବା ପରେ ଉଦ୍ଧାର କରି ସେମାନଙ୍କୁ ପୁରୀ ବଡ ଡାକ୍ତରଖାନାକୁ ଆଣିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏହି ଅଘଟଣରେ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡିଛନ୍ତି ।

ଦେଖନ୍ତୁ ଭିଡିଓ ; ପୁଣି ଥରେ ଠେକୁଆ, କଇଁଛଙ୍କ ଦୌଡ ପ୍ରତିଯୋଗିତା, ଜିତିଲା କିଏ?

- Advertisement -

 

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories